Posted inଖେଳ

ପିଙ୍କ୍‌ ବଲ୍‌ରେ ଇତିହାସ ରଚିଲେ ଇଶାନ୍ତ ଶର୍ମା

କୋଲକାତା,୨୨।୧୧: କୋଲକାତାର ପ୍ରସିଦ୍ଧ ଇଡେନ ଗାର୍ଡେନ୍ସରେ ଆରମ୍ଭ ହୋଇଛି ଭାରତ ଏବଂ ବାଂଲାଦେଶ ମଧ୍ୟରେ ଐତିହାସିକ ଟେଷ୍ଟ। ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତି ନେଇଥିବା ଭ୍ରମଣକାରୀ ବାଂଲାଦେଶ ଦଳକୁ ପ୍ରଥମ ଝଟକା ଲାଗିଛି। ଓପନର ଇମରୁଲ୍‌ କାଏସଙ୍କୁ ଆଉଟ୍‌ କରି ଇଶାନ୍ତ ଶର୍ମା ଭାରତ ପାଇଁ ପିଙ୍କ୍‌ ବଲ୍‌ରେ ପ୍ରଥମ ଉଇକେଟ ନେଇଛନ୍ତି। ଫଳରେ ବାଂଲାଦେଶ ୧ ଉଇକେଟ ହରାଇ ୧୫ ରନ୍‌ ସଂଗ୍ରହ କରିଛି। ଉଭୟ ଦେଶ ପାଇଁ ଏହା ଏକ ଐତିହାସିକ ମ୍ୟାଚ୍‌। ଉଭୟ ଦେଶ ପ୍ରଥମଥର ପାଇଁ ଫ୍ଲଡଲାଇଟରେ ଟେଷ୍ଟ ମ୍ୟାଚ ଖେଳିବାକୁ ଯାଉଛନ୍ତି। ମ୍ୟାଚ୍‌ ଆରମ୍ଭ ହେବା ପୂର୍ବରୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ଭାରତ ଏବଂ ବାଂଲାଦେଶ ଖେଳାଳିଙ୍କୁ ଭେଟିଥିଲେ। ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଏହା ଦ୍ୱିତୀୟ ମ୍ୟାଚ। ଏହା ପୂର୍ବରୁ ଭାରତ ଇନ୍ଦୋର ଟେଷ୍ଟକୁ ଇନିଂସ ଓ ୧୩୦ ରନରେ ଜିତି ୧-୦ରେ ଆଗୁଆ ରହିଛି। ପିଙ୍କ ବଲ ଟେଷ୍ଟକୁ ଜିତି ଭାରତ ଆଉ ଏକ ସିରିଜ ଉପରେ କବଜା କରିବାକୁ ଲକ୍ଷ୍ୟ ରଖିଛି। ସୂଚନାଯୋଗ୍ୟ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦର୍ଶକଙ୍କ ରୁଚିକୁ ଦୃଷ୍ଟିରେ ରଖି ସାତବର୍ଷ ପୂର୍ବେ ଏହି ଟେଷ୍ଟକୁ ମଞ୍ଜୁରୀ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri