Odisha Elections 2024

ସିଂହଦ୍ୱାର ସମ୍ମୁଖ ଭିଡିଓ ଭାଇରାଲ: ମହିଳା ଭକ୍ତ-ପୋଲିସ ଧସ୍ତାଧସ୍ତି

ପୁରୀ ଅଫିସ, ୨୩ା୧୧: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଘଟିଛି ଏକ ଅଭାବନୀୟ ଘଟଣା। ଆଉ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛିି। କେତେଜଣ ମହିଳା ଭକ୍ତ ଶ୍ରୀମନ୍ଦିର ଭିତରକୁ ବ୍ୟାରିକେଡ ଡେଇଁ ପଶିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ସହ ସେମାନଙ୍କ ଧସ୍ତାଧସ୍ତି ହୋଇଛି। ଏମିତି କି କେତେଜଣ ମହିଳା ଜୋରଜବରଦସ୍ତ ମନ୍ଦିର ଭିତରକୁ ପଶୁଥିବାବେଳେ ଆଉ କେତେଜଣ ତଳେ ପଡି ଯାଉଥିବା ଦୃଶ୍ୟ ଏଥିରେ ରହିଛିି। ଶୁକ୍ରବାର ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବା ପରେ ଏହାକୁ ନେଇ ବେଶ୍‌ ଚର୍ଚ୍ଚା ହେଉଛିି।
ଭାଇରାଲ ଭିଡିଓ କେଉଁଦିନର ତାହା ସ୍ପଷ୍ଟ ଜଣାପଡି ନାହିଁ। କିନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ସମୟର ଏହା ଦୃଶ୍ୟ ବୋଲି ଅନୁମାନ କରାଯାଉଛି। ନିକଟରେ ଶେଷ ହୋଇଛି ପଞ୍ଚୁକ। ପଞ୍ଚୁକର ଶେଷ ଦିନ ଅର୍ଥାତ୍‌ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ପ୍ରବଳ ଗହଳି ହୋଇଥିଲା। କାର୍ତ୍ତିକ ପୂର୍ଣ୍ଣିମା ଭୋର ସମୟର ଏହା ହୋଇଥାଇପାରେ ବୋଲି କୁହାଯାଉଛି। ତେବେ ଏହି ଭିଡିଓରେ କେତେଜଣ ମହିଳା ଭକ୍ତ ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ ଦେଇ ମନ୍ଦିର ଭିତରକୁ ପଶିବାକୁ ଉଦ୍ୟମ କରୁଥିବା ବେଳେ କାର୍ଯ୍ୟରତ ଉଭୟ ମହିଳା ଓ ପୁରୁଷ ପୋଲିସ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରୁଛନ୍ତିି। କେହି କେହି ବ୍ୟାରିକେଡ ଡେଇଁ ଯିବାବେଳେ ପୋଲିସ ସହ ସେମାନଙ୍କ ଧସ୍ତାଧସ୍ତି ହେଉଛିି। ଏମିତି କି ସିଂହଦ୍ୱାର ଚକଡ଼ାରେ ଜଣେ ମହିଳା ପଡିଯାଉଛନ୍ତିି। ଏକାଧିକ ମହିଳା ବ୍ୟାରିକେଡ ଉପରେ ଚଢି ମନ୍ଦିର ଭିତରକୁ ପ୍ରବେଶ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସମୀର ଦାଶ

ଭୁବନେଶ୍ୱର, ୧୯।୫: ବିଜେଡି ଛାଡ଼ିଲେ ସମୀର ଦାଶ। ବିଜେଡି ଛାଡ଼ିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ।ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି...

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri