୭୫ ବର୍ଷରେ ଉତ୍କଳ ବିଶ୍ୱବିଦ୍ୟାଳୟ: ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ଇ-ଲାଇବ୍ରେରୀର ଉଦ୍‌ଘାଟନ କରିବା ସହ ରୁଷା ଭବନର ଶିଳାନ୍ୟାସ କରିଛନ୍ତି। ଏହି କାର୍ଯ୍ୟକ୍ରମ ୫ ଦିନ ଧରି ଚାଲିବ। ଉଦ୍‌ଘାଟନୀ ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ, ଓଡ଼ିଶା ସ୍କିଲ ଡେଭେଲପ୍‌ମେଣ୍ଟର ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ, କୂଳପତି ସୌମେନ୍ଦ୍ର ମୋହନ ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ରହିଛନ୍ତି। ଏଥିସହ ବିଶ୍ୱବିଦ୍ୟାଳୟର ସମସ୍ତ ପୁରାତନ ଏବଂ ଅଧ୍ୟୟନରତ ଛାତ୍ରୀଛାତୟ ଯୋଗ ଦେଇଛନ୍ତି।

ସୂଚନାଥାଉ କି, ୨୪ ତାରିଖରେ ପୁରାତନ ଛାତ୍ରୀଛାତ୍ରଙ୍କ ମହାମିଳନ ଆୟୋଜନ ହେବ। ଏଥିରେ ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରୁ ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରୀଛାତ୍ର ଯୋଗଦେବେ ବୋଲି ସୂଚନା ମିଳିଛି। ସକାଳ ୯ଟାରୁ ୧୦ଟା ୪୫ ପର୍ଯ୍ୟନ୍ତ ପୁରାତନ ଛାତ୍ରୀଛାତ୍ରମାନେ ସେମାନଙ୍କ ବିଭାଗ ପରିଦର୍ଶନ କରିବେ। ଆଲୁୁମିନି ବିଭାଗ ଆବାହକ ତଥା ପୂର୍ବତନ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ସମ୍ମିଳନୀରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ। ସମ୍ମାନିତ ଅତିଥି ଭାବେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଏମ୍‌ପି ଅଚ୍ୟୁତ ସାମନ୍ତ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡେଇ, ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନଗୋ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ ଯୋଗଦେବେ। ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ‘ଇଣ୍ଡଷ୍ଟ୍ରି ଆଣ୍ଡ ଏକାଡେମିଆ କନେକ୍ଟ: ରିସର୍ଚ୍ଚ, ପ୍ଲେସମେଣ୍ଟ ଓ କ୍ୟାମ୍ପସ ଡେଭଲପମେଣ୍ଟ’ ବିଷୟରେ ଆଲୋଚନା ହେବ। ୨୫ତାରିଖ ସକାଳେ ଅଭିଭାବକମାନେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ବିଭାଗ ଓ ହଷ୍ଟେଲ ବୁଲିବେ। ପୂର୍ବାହ୍ନରେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ନେଇ ଏକ ସମ୍ମିଳନୀ ଆୟୋଜନ ହେବ। ବିହାରସ୍ଥ ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ପ୍ରଫୁଲ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ସମ୍ମିଳନୀରେ ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଚନ୍ଦ୍ରଭାନୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସମ୍ମାନିତ ଅତିଥି ଭାବେ ପ୍ରଫେସର ଅଶୋକ ଦାସ, ଆଇଏଏସ୍‌ ମଧୁସୂଦନ ପାଢୀ ଏବଂ ଶାଶ୍ୱତ ମିଶ୍ର ଯୋଗଦେବେ। ଅପରାହ୍ନରେ ସେମାନେ ବିଭିନ୍ନ ହଷ୍ଟେଲ ଓ କ୍ୟାମ୍ପସ ବୁଲିବାର କାର୍ଯ୍ୟକ୍ରମ ରହିଛି। ୨୬ରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଲୋଚନାଚକ୍ର, ବକ୍ତୃତା, କୁଇଜ, କ୍ୟାମ୍ପସ ସଫେଇ ଓ ସାମାଜିକ ଦାୟିତ୍ୱବୋଧ ଆଦି ସଂକ୍ରାନ୍ତ କାର୍ଯ୍ୟକ୍ରମ ହେବ। ମୁଖ୍ୟ ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଶେଷ ଦିବସରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରଭାତ ଫେରି, ଚାରାରୋପଣ, ରକ୍ତଦାନ ଶିବିର ଆଦି କରାଯିବ। ଉଦଯାପନୀ ଉତ୍ସବରେ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ଯୋଗଦେବେ। ଏହି ଅବସରରେ ଅନ୍ତର୍ଜାତୀୟ କାର୍ଯ୍ୟାଳୟର ଓ୍ବେବସାଇଟ ରୁରାଲ ଟେକ୍ନୋଲୋଜି ପାର୍କର ଉଦ୍‌ଘାଟନ କରାଯିବ ବୋଲି ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri