କମିବ ପିଆଜ ଦର

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ)- ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୯୦ରୁ ୧୦୦ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ ପାଇଁ କିଲୋ ଜାଗାରେ ଅଢ଼େଇଶ କିମ୍ବା ଅଧା କେଜିରେ କାମ ଚଳାଇବାକୁ ପଡୁଛି। ଏହି ଦର ବୃଦ୍ଧିକୁ ନେଇ ସାଧାରଣ ଖାଉଟି ହନ୍ତସନ୍ତ ହେଉଛନ୍ତି। ଖୁଚୁରା ବ୍ୟବସାୟୀଙ୍କ ଉପରେ ନିୟନ୍ତ୍ରଣ ନ ଥିବାରୁ ସେମାନେ ମନଇଚ୍ଛା ଦର ବଢ଼ାଇ ଗ୍ରାହକଙ୍କୁ ଶୋଷଣ କରୁଥିବା ଅଭିଯୋଗ ହେଉଛି। ଗତ ଦୁଇମାସ ହେବ ପିଆଜ ଦର ବଢ଼ି ଚାଲିଛି। ତେବେ ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଦର ତଳକୁ ଖସିବ। ମିଳିଥିବା ସୂଚନା ଅନୁଯାୟୀ, ଆନ୍ଧ୍ରରୁ ନୂଆ ପିଆଜ ଓଡ଼ିଶା ଆସିବା ଆରମ୍ଭ ହୋଇଗଲାଣି। ଗତ ୧୫ ଦିନ ହେବ ଭୁବନେଶ୍ୱରକୁ ମାତ୍ର ୧୦୦ରୁ ୧୨୦ ଟନ୍‌ ପିଆଜ ଆମଦାନୀ ହେଉଥିଲା। ତେବେ ରବିବାର ୨୨୦ ଟନ୍‌ ପିଆଜ ଆସି ପହଞ୍ଚତ୍ଛି। ରବିବାର ନୂଆ ପିଆଜର ହୋଲ୍‌ସେଲ୍‌ ଦର ୬୫ରୁ ୭୦ ଟଙ୍କା ମଧ୍ୟରେ ରହିଥିବା ବେଳେ ପୁରୁଣା ପିଆଜ ୮୦ରୁ ୮୫ ଟଙ୍କା ରହିଛି। ତେବେ ନୂଆ ପିଆଜ ଆସିବା ଆରମ୍ଭ ହୋଇଥିବାରୁ ଦର ତଳକୁ ଖସିବ ବୋଲି ଆଇଗିଣିଆ ବ୍ୟୟସାୟୀ ସଂଘର ସାଧାରଣ ସମ୍ପାଦକ ଶକ୍ତିଶଙ୍କର ମିଶ୍ର କହିଛନ୍ତି। ତେବେ ପ୍ରଥମ ସପ୍ତାହରେ ୫ରୁ ୧୦ ଟଙ୍କା କିଲୋ ପିଛା କମିବ। ଅଧିକ ପିଆଜ ଆମଦାନୀ ଆରମ୍ଭ ହୋଇଗଲେ ଧୀରେ ଧୀରେ ପିଆଜ ଦର ତଳକୁ ଖସିଯିବ ବୋଲି ସେ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri