Posted inଖେଳ

ପ୍ରଥମ ଟେଷ୍ଟ: ନ୍ୟୁଜିଲାଣ୍ଡ ସ୍ଥିତି ଦୃଢ଼; ଓ୍ବାଟଲିଂଙ୍କ ଦ୍ୱିଶତକ, ସାଣ୍ଟନରଙ୍କ ଶତକ

ମାଉଣ୍ଟ ମାଉନଗାନୁଇ, ୨୫।୧୧(ଏଏଫ୍‌ପି)- ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ଦମ୍‌ଦାର ପ୍ରଦର୍ଶନ କରି ତା’ର ସ୍ଥିତ ଦୃଢ଼ କରିଛି। ଅନ୍ୟପଟେ ମ୍ୟାଚ୍‌ ବଞ୍ଚାଇବା ପାଇଁ ଇଂଲଣ୍ଡ ସଂଘର୍ଷ ଜାରି ରଖିଛି। ଉଇକେଟ କିପର ବିଜେ ଓ୍ବାଟଲିଂ ୨୦୫ ରନର ଦ୍ୱିଶତକ ଓ ମିଚେଲ ସାଣ୍ଟନର ୧୨୬ ରନର ଶତକ ହାସଲ କରି ନ୍ୟୁଜିଲାଣ୍ଡ ପାଇଁ ବିଜୟ ସମ୍ଭାବନା ସୃଷ୍ଟି କରିଛନ୍ତି।
ଟସ୍‌ ଜିତି ଇଂଲଣ୍ଡ ପ୍ରଥମ ଇନିଂସରେ ୧୨୪ ଓଭରରେ ୩୫୩ ରନ କରି ଅଲଆଉଟ ହୋଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ଓ୍ବାଟିଲିଂ ଓ ସାଣ୍ଟନରଙ୍କ ଦମ୍‌ଦାର ବ୍ୟାଟିଂ ବଳରେ ୨୦୧ ଓଭରରେ ୯ ଉଇକେଟ ହରାଇ ୬୧୫ ରନ କରି ଇନିଂସ ଘୋଷଣା କରିଥିଲା। ଫଳରେ ନ୍ୟୁଜିଲାଣ୍ଡ ୨୬୨ ରନର ବୃହତ୍‌ ଅଗ୍ରଣୀ ହାସଲ କରିଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ରବିବାର ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୨୭.୪ ଓଭରରେ ୩ ଉଇକେଟ ହରାଇ ୫୫ ରନ ସଂଗ୍ରହ କରିଛି। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକିଥିବା ବେଳେ ଇଂଲଣ୍ଡ ୭ ଉଇକେଟ ହାତରେ ରଖି ୨୦୭ ରନ ପଛରେ ପଡି ବ୍ୟାକ୍‌ ଫୁଟ୍‌କୁ ଚାଲିଯାଇଛି। ଷ୍ଟମ୍ପ ଅପସାରଣ ବେଳକୁ ଜୋ ଡେନ୍‌ଲି ୭ ରନ କରି ଅପରାଜିତ ରହିଛନ୍ତି। ଇଂଲଣ୍ଡ ତରଫରୁ ରୋରି ବନର୍‌ସ ୩୧, ଡୋମ ସିବ୍‌ଲି ୧୨ରନ କରି ଆଉଟ ହୋଇଥିବାବେଳେ ଜ୍ୟାକ୍‌ ଲିଚ୍‌ ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ୩ଟି ଯାକ ଉଇକେଟ ହାସଲ କରିଛନ୍ତି ବାମହାତୀ ସ୍ପିନର ମିଚେଲ ସାଣ୍ଟନର।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୯୪/୬ରୁ ଖେଳ ଆରମ୍ଭ କରିଥିଲା ନ୍ୟୁଜିଲାଣ୍ଡ। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଓ୍ବାଟଲିଂ ୧୧୯ ରନରୁ ଖେଳ ଆରମ୍ଭ କରି ଦ୍ୱିଶତକ ଅର୍ଜନ କରିଥିଲେ। ସେହିପରି ୩୧ ରନରୁ ଖେଳ ଆରମ୍ଭ କରି ସାଣ୍ଟନର ଶତକ ହାସଲ କରିଥିଲେ। ୪୭୩ ଟି ବଲର ସମ୍ମୁଖୀନ ହୋଇ ଓ୍ବାଟଲିଂ ୨୪ଟି ଚୌକା ଓ ଗୋଟିଏ ଛକା ସହ ୨୦୫ ରନର ଦ୍ୱିଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ସେହିପରି ସାଣ୍ଟନର ୨୬୯ଟି ବଲର ସମ୍ମୁଖୀନ ହୋଇ ୧୧ ଚୌକା ୫ ଛକା ସହ ୧୨୬ ରନ କରି ଆଉଟ ହୋଇଥିଲେ। ଟିମ୍‌ ସୌଦି ୯ ରନ କରି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ସାମ କୁରାନ, ଜ୍ୟାକ ଲିଚ୍‌ ଓ ବେନ୍‌ ଷ୍ଟୋକ୍ସ ୨ଟି ଲେଖାଏ, ଜୋଫ୍ରା ଆର୍ଚର ଓ ଜୋ ରୁଟ୍‌ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ-୧୨୪ ଓଭରରେ ୩୫୩ ଅଲଆଉଟ।
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୨୦୧ ଓଭରରେ ୬୧୫/୯ ଇନିଂସ ଘୋଷଣା
(ଓ୍ବାଟଲିଂ- ୨୦୫, ସାଣ୍ଟନର- ୧୨୬, ଗ୍ରାଣ୍ଡହୋମ- ୬୫, ଓ୍ବିଲିୟମସନ- ୫୧, କୁରାନ- ୩/୧୧୯, ଲିଚ୍‌- ୨/୧ ୫୩, ଷ୍ଟୋକ୍ସ- ୨/୭୪)।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୨୭. ୪ ଓଭରରେ ୫୫/୩
(ବନର୍‌ସ- ୩୧, ସିବ୍‌ଲି- ୧୨, ସାଣ୍ଟନର- ୩/୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri