ଆଦିବାସୀଙ୍କ ଧାରଣା ପ୍ରତ୍ୟାହୃତ

ପାତ୍ରପୁର,୨୮ା୧୧(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ତୁମ୍ବା, ବୁରାତାଲ ଓ ଆଙ୍କୁଲି ପଞ୍ଚାୟତବାସୀ ତିତ୍‌ଲି ବାତ୍ୟା ପରବର୍ତ୍ତୀ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଠାରୁ ତହସିଲ କାର୍ଯ୍ୟାଳୟ ଆଗରେ ଦେଇଥିବା ଧାରଣା ବୁଧବାର ସନ୍ଧ୍ୟାରେ ଉପଜିଲାପାଳଙ୍କ ଲିଖିତ ପ୍ରତିଶ୍ରୁତି ପରେ ପ୍ରତ୍ୟାହୃତ ହୋଇଛି।
ପ୍ରକାଶ ଯେ, ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଠାରୁ ସମ୍ପୃକ୍ତ ଗ୍ରାମବାସୀ ଧାରଣା ଦେଇଥିଲେ। ବୁଧବାର ଦ୍ୱିତୀୟ ଦିନରେ ମଶାଣିବାଡ଼ ଗ୍ରାମର କୀର୍ତ୍ତି ବେହେରା ଓ ଆଙ୍କୁଲି ଗ୍ରାମର ଭଗବାନ ବେହେରା ଧାରଣାସ୍ଥଳରେ ଅଚେତ ହୋଇପଡିଥିବାବେଳେ ତାଙ୍କୁ ମେଡ଼ିକାଲ ନିଆଯାଇଥିଲା। ସନ୍ଧ୍ୟା ପର୍ଯ୍ୟନ୍ତ ଆନ୍ଦୋଳନକାରୀ ଆଦିବାସୀ ଓ ପ୍ରଶାସନ ମଧ୍ୟରେ ବୁଝାମଣା ଜାରି ରହିଥିଲା ା ତିତ୍‌ଲିକୁ ବୁଧବାର ବର୍ଷେ ପୁରିଥିଲେ ମଧ୍ୟ କ୍ଷତିଗ୍ରସ୍ତଙ୍କୁ ସହାୟତା ମିଳିନାହିଁ। ଅଭିଯୋଗ କଲେ ମଧ୍ୟ ପ୍ରଶାସନ ଶୁଣୁନାହିଁ ବୋଲି ଆଦିବାସୀ ମାନେ ପ୍ରକାଶ କରିଥିଲେ। ବୁଧବାର ସନ୍ଧ୍ୟାରେ ତହସିଲଦାର ମନୋଜ ପ୍ରଭାକର କୁଜୁର୍‌ ଉପଜିଲାପାଳ ଧାରଣାସ୍ଥଳରେ ପହଞ୍ଚତ୍ ଆଦିବାସୀଙ୍କ ସହ ଆଲୋଚନା ଆରମ୍ଭ କରିଥିଲେ। ଆସନ୍ତା ୧୫ ଦିନ ମଧ୍ୟରେ ତଦନ୍ତ କରି କ୍ଷତିଗ୍ରସ୍ତ ପରିବାରଙ୍କୁ ସହାୟତା ଯୋଗାଇଦେବାକୁ ଉପଜିଲାପାଳଙ୍କ ଏକ ଚିଠିକୁ ଧରି ତହସିଲଦାର ପହଞ୍ଚତ୍ ଆଦିବାସୀଙ୍କ ସହ ଆଲୋଚନା କରିଥିଲେ। ୧୫ ଦିନ ମଧ୍ୟରେ ସହାୟତା ନମିଳିଲେ ପୁଣି ଧାରଣା ଦିଆଯିବ ବୋଲି ଆଦିବାସୀ ମାନେ ନିଷ୍ପତ୍ତି ନେଇ ଧାରଣା ପ୍ରତ୍ୟାହାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri