ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା: ଦଳମତ ନିର୍ବିଶେଷରେ ବିଧାୟକଙ୍କ ଅଭିଯୋଗ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟର ଜମି, ଜଳ, ଜଙ୍ଗଲକୁ ବ୍ୟବହାର କରି ସଂଖ୍ୟାଧିକ କମ୍ପାନୀ ଶିଳ୍ପ ସମୃଦ୍ଧ ହୋଇଛନ୍ତି। ହେଲେ ସେହି ପରିମାଣରେ ରାଜ୍ୟର ମାନବ ସମ୍ବଳକୁ ନିଯୁକ୍ତି ଦେବାରେ ବିଫଳ ହୋଇଛନ୍ତି। ଦଳମତ ନିର୍ବିଶେଷରେ ବିଧାୟକମାନେ ଶୂନ୍ୟକାଳରେ ବୁଧବାର ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇଥିଲେ।
ଶିଳ୍ପସଂସ୍ଥାରେ ଅଣକୁଶଳୀ ଶ୍ରମିକମାନଙ୍କ ପାଇଁ ୯୦ ପ୍ରତିଶତ ନିଯୁକ୍ତି ନେଇ ସରକାରୀ ନିର୍ଦ୍ଦେଶନାମା ରହିଛି। ହେଲେ ଏହାକୁ ସଂପୃକ୍ତ ଶିଳ୍ପସଂସ୍ଥାଗୁଡ଼ିକ ଅଣଦେଖା କରୁଥିବା ଅଭିଯୋଗ ହେଉଛି। ଏପରି କି ରାଜ୍ୟ ସରକାର ସ୍ଥାନୀୟ ନିଯୁକ୍ତି ସମ୍ପର୍କରେ ସ୍ପଷ୍ଟୀକରଣ ପାଇଁ ମଧ୍ୟ କେତେକ ସଦସ୍ୟ ଦାବି କରିଥିଲେ। ସରକାରୀ ଦଳରୁ କିଶୋର ମହାନ୍ତି, ବ୍ରଜ କିଶୋର ପ୍ରଧାନ ପ୍ରମୁଖ ଏମ୍‌ସିଏଲ୍‌କୁ ଟାର୍ଗେଟ କରିଥିଲେ। ସେହିପରି ଭାଜପା ବିଧାୟିକା କୁସୁମ ଟେଟେ ଏନ୍‌ଟିପିସିକୁ ଟାର୍ଗେଟ କରିଥିଲେ। ଯଦି ଏହି ସ୍ଥାନୀୟ ନିଯୁକ୍ତି ସମସ୍ୟାର ସମାଧାନ ନ ହୁଏ, ତେବେ ଆଗାମୀ ଦିନରେ ଝାରସୁଗୁଡାରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଥିବା କିଶୋର ମହାନ୍ତି ଚେତାବନୀ ଦେଇଛନ୍ତି। ଗତ ନଭେମ୍ବର ୨୪ରେ ୨୩୭୩ ଜଣ ଏମ୍‌ସିଏଲ୍‌ ପକ୍ଷରୁ ନିଯୁକ୍ତି ପାଇଛନ୍ତି, ତନ୍ମଧ୍ୟରୁ ମାତ୍ର ୧୦ ଜଣ ଓଡ଼ିଶାର। ଯେଉଁମାନେ ଏମ୍‌ସିଏଲ୍‌ ପାଇଁ ଜମି ହରାଇଛନ୍ତି, ସେମାନେ ନିଯୁକ୍ତିରୁ ବଞ୍ଚିତ ହେବା ଦୁର୍ଭାଗ୍ୟଜନକ ବୋଲି କିଶୋର କହିଛନ୍ତି। ବିଜେଡି ସଭ୍ୟ ଅମର ପ୍ରସାଦ ଶତପଥୀ ଏ ପ୍ରସଙ୍ଗରେ ବାଚସ୍ପତି ଏକ ରୁଲିଂ ପ୍ରଦାନ କରନ୍ତୁ ବୋଲି ଦାବି କରିଥିଲେ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମଧ୍ୟ ଏହି ଘଟଣାରେ ଖଣି ବିଭାଗ ଅନୁଧ୍ୟାନ କରୁ ବୋଲି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri