୮ ହଜାର କୋଟିର ଅଳଙ୍କାର ଲୁଟ୍‌

ବର୍ଲିନ: ଜର୍ମାନୀର ରାଜକୀୟ ସଂଗ୍ରହାଳୟ ଗ୍ରୀନ୍‌ ବୋଲ୍ଟରେ ବଡ଼ ଧରଣର ଚୋରି ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏପରି ବଡ଼ ଧରଣର ଚୋରି ହୋଇ ନ ଥିବା କୁହାଯାଉଛି। ସଂଗ୍ରହାଳୟରୁ ଚୋରମାନେ ୮ ହଜାର କୋଟିର ଅଳଙ୍କାର ଏବଂ ବହୁମୂଲ୍ୟ ସାମଗ୍ରୀ ଲୁଟି ନେଇଛନ୍ତି। ୩ ସେଟ୍‌ ଅଳଙ୍କାର ଚୋରି ହୋଇଥିବା ପୋଲିସ ସୂଚନା ଦେଇଛି। ସେଥିମଧ୍ୟରେ ୧୮ ଶତାବ୍ଦୀର ସୈକ୍ସୋନି ରାଜବଂଶର ଶାସକ ଅଗଷ୍ଟସ୍‌ ଦି ଷ୍ଟ୍ରଙ୍ଗ୍‌ଙ୍କ ଆଭୁଷଣ ରହିଛି। ଲାଇନ୍‌ କଟିଥିବାବେଳେ ଚୋର ଝରକା ବାଟ ଦେଇ ସଂଗ୍ରହାଳୟରେ ପ୍ରବେଶ କରି ଏଭଳି କାଣ୍ଡ ଭିଆଇଥିବା କୁହାଯାଉଛି। ୨ ଜଣ ଲୋକ ଝରକା ଭାଙ୍ଗି ସଂଗ୍ରହାଳୟରେ ପ୍ରବେଶ କରୁଥିବା ସିସିଟିଭି କ୍ୟାମେରାରୁ ଜଣାପଡ଼ିଛି। ଡ୍ରେସ୍‌ଡେନ୍‌ ରାଜମହଲରେ ଥିବା ଏହି ସଂଗ୍ରହାଳୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ଥିଲେ ମଧ୍ୟ ଚୋରି କିପରି ହେଲା, ସେ ନେଇ ତଦନ୍ତ ଜାରିରହିଛି। ଏଠାରେ ହାତୀଦାନ୍ତ ଖଚିତ ସାମଗ୍ରୀ, ହୀରା ଖଚିତ ସୁନା ଏବଂ ରୁପା ଅଳଙ୍କାର ଆଦି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା

ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି...

ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ

ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍‌ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର ।...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri