ଭୁବନେଶ୍ୱର,୨୯।୫(ବ୍ୟୁରୋ): ବିଜେଡି ବିଧାୟକ ଦଳ ନେତା ନବୀନ ପଟ୍ଟନାୟକ ବୁଧବାର ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ୧୧ କ୍ୟାବିନେଟ୍ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ବରିଷ୍ଠ ଏବଂ ଅଭିଜ୍ଞଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରି ମନ୍ତ୍ରିମଣ୍ଡଳ ତାଲିକା ପ୍ରସ୍ତୁତ କରାଯାଇଥିବା କୁହାଯାଇଛି। ଆଶାୟୀ ଥିବା ଏକାଧିକ ପ୍ରଭାବଶାଳୀ ନେତାଙ୍କୁ ପୂର୍ବପରି ସଂଗଠନ ଦାୟିତ୍ୱରେ ରଖାଯାଇଛି। ପୂର୍ବଥର ମନ୍ତ୍ରୀ ଥିବା କେତେକଙ୍କୁ ଚଳିତ ଥର ବାଦ୍ ଦିଆଯାଇଛି।
ଚଳିତ ଥର ବିଜୟଶ୍ରୀ ରାଉତରାୟ, ଶଶିଭୂଷଣ ବେହେରା, ବଦ୍ରିନାରାୟଣ ପାତ୍ର, ସୂର୍ଯ୍ୟ ପାତ୍ର, ପ୍ରଫୁଲ୍ଲ ସାମଲ, ଉଷା ଦେବୀ , ମହେଶ୍ୱର ମହାନ୍ତି (ପରାଜିତ), ରମେଶ ମାଝିଙ୍କୁ କ୍ୟାବିନେଟ୍ରେ ଦେଖିବାକୁ ମିଳିବ ନାହିଁ। ବିଜୟଶ୍ରୀ ନିର୍ବାଚନ ଲଢି ନ ଥିଲେ। ରମେଶ ମାଝି ନବରଙ୍ଗପୁର ଲୋକ ସଭା ଆସନରୁ ଏମ୍ପି ଭାବେ ନିର୍ବାଚିତ ହୋଇଛନ୍ତି। ସୂର୍ଯ୍ୟଙ୍କୁ ମନ୍ତ୍ରୀପଦ ବଦଳରେ ଚଳିତଥର ବାଚସ୍ପତି କରାଯିବା ନେଇ ନିଷ୍ପତ୍ତି ହୋଇଛି। ବଦ୍ରି ନାରାୟଣ ପାତ୍ରଙ୍କୁ ମନ୍ତ୍ରୀ କରାଯାଇନାହିଁ। ସେହିପରି ଗତଥର ରାଷ୍ଟ୍ରମନ୍ତ୍ରୀ ଥିବା ନୃସିଂହ ସାହୁ, ସ୍ନେହାଙ୍ଗିନୀ ଛୁରିଆ, ଚନ୍ଦ୍ରସାରଥି ବେହେରା ଓ ଅନନ୍ତ ଦାସଙ୍କୁ ପୁନର୍ବାର ସୁଯୋଗ ଦିଆଯାଇନାହିଁ। ସେହିଭଳି ଆଲୋଚିତ ବହୁ ପ୍ରମୁଖ ନେତାଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିନାହଁି। । ଯାହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ଏମାନେ ହେଉଛନ୍ତି- କେନ୍ଦ୍ରାପଡା ଜିଲାରୁ ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ଶଶିଭୂଷଣ ବେହେରା, ଯାଜପୁରରୁ ପ୍ରଣବ ପ୍ରକାଶ ଦାସ, ସମ୍ବଲପୁରରୁ ରୋହିତ ପୂଜାରୀ, କଟକରୁ ଦେବୀ ପ୍ରସାଦ ମିଶ୍ର, ଗଞ୍ଜାମ ଜିଲାରୁ ଉଷା ଦେବୀ ଓ ପ୍ରଦୀପ ପାଣିଗ୍ରାହୀ, କଳାହାଣ୍ଡିରୁ ଭୂପିନ୍ଦର ସିଂ, ବୌଦ୍ଧରୁ ପ୍ରଦୀପ ଅମାତ ଏବଂ ନୟାଗଡରୁ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରମୁଖ।
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
Archives


