ଜଳବାୟୁ ପରିବର୍ତ୍ତନ:ଛାତ୍ରୀଛାତ୍ର ଭିଡ଼ିଲେ ଅଣ୍ଟା; ସରକାରଙ୍କ ଆଗରେ ରଖିଲେ ଦାବି

ନୂଆଦିଲ୍ଲୀ/ସିଡ୍‌ନୀ,୩୦।୧୧: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କରିବାକୁ ଯାଉଛି। ଏହି ମର୍ମରେ ସୁଇଡେନ୍‌ର ୧୬ ବର୍ଷ ବୟସ୍କା ଜଳବାୟୁ କର୍ମୀ ଗ୍ରେଟା ଥନବର୍ଗଙ୍କ ଆହ୍ବାନରେ ପୃଥିବୀର ବିଭିନ୍ନ ଅଞ୍ଚଳର ସ୍କୁଲ କଲେଜର ଛାତ୍ରୀଛାତ୍ର ଏକଜୁଟ ହୋଇଛନ୍ତି। ଭାରତର ରାଜଧାନୀ ନୂଆଦିଲ୍ଲୀରେ ପରିବେଶ ମନ୍ତ୍ରଣାଳୟ ସମ୍ମୁଖରେ ଛାତ୍ରୀଛାତ୍ରମାନେ ଏକତ୍ରିତ ହୋଇଛନ୍ତି। ଏକ ପଦଯାତ୍ରାରେ ଛାତ୍ରୀଛାତ୍ରମାନେ ସାମିଲ ହୋଇ ଦିଲ୍ଲୀରେ ଜଳବାୟୁ ଜରୁରୀକାଳୀନ ପରିସ୍ଥିତି ଜାରି କରିବା ଲାଗି ସରକାରଙ୍କ ଆଗରେ ନିଜର ଦାବି ଉପସ୍ଥାପନ କରିଛନ୍ତି। ଜାତିସଂଘ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁସାରେ ପୃଥିବୀର ସର୍ବାଧିକ ପ୍ରଦୂଷିତ ୧୫ ସହର ମଧ୍ୟରେ ଭାରତର ୧୪ ସହର ରହିଥିବା ଛାତ୍ରୀଛାତ୍ରମାନେ କହିଛନ୍ତି। ଏନେଇ ଅଷ୍ଟ୍ରେଲିଆ ରାଜଧାନୀ ସିଡ୍‌ନୀରେ ବହୁ ସଂଖ୍ୟକ ଛାତ୍ରୀଛାତ୍ର ବଡ଼ ଧରଣର ପ୍ରଦର୍ଶନ କରିଛନ୍ତି। ଏସିଆ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ବିଭିନ୍ନ ସହରରେ ବହୁ ଛାତ୍ରୀଛାତ୍ର ଏକଜୁଟ ହୋଇଛନ୍ତି। ସେମାନେ ବିଭିନ୍ନ ସ୍ଲୋଗାନ୍‌ ଦେବା ସହିତ ପ୍ଲା କାର୍ଡ ଧରି ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri