ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣରୁ ବଞ୍ଚିତ ଛାତ୍ରୀଛାତ୍ର : ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ଯୋଡ଼ା,୩୦।୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ବନେଇକଳା ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ଛାତ୍ରୀଛାତ୍ର ବଞ୍ଚିତ ହୋଇଥିବାରୁ ଅଭିଭାବକମାନେ ଶନିବାର ସ୍କୁଲରେ ତାଲା ପକାଇ ଦେଇଛନ୍ତି। ଏ ସମ୍ପର୍କରେ ଅଭିଭାବକ ବସନ୍ତ ମୁଣ୍ଡା, ଲକ୍ଷ୍ମଣ ନାଏକ, ଇନ୍ଦୁମତୀ ନାଏକ, ଦମୟନ୍ତୀ ପାତ୍ର, ଅରୁଣବାଳା ବାରିକ, ମୁକ୍ତା ମୁଣ୍ଡା ପ୍ରମୁଖ କହିଛନ୍ତି, ବିଦ୍ୟାଳୟରେ ଦଶମ ଶ୍ରେଣୀରେ ୮୨ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି।  ୨୫ ତାରିଖରେ ଫର୍ମ ପୂରଣର ଶେଷ ତାରିଖ ଥିଲା। ଏହି ସମୟ ମଧ୍ୟରେ ବିଦ୍ୟାଳୟର ୪୯ ଜଣ ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ। ଅବଶିଷ୍ଟ ୩୩ ଜଣ ଫର୍ମ ପୂରଣରୁ ବଞ୍ଚିତ ହୋଇଥିଲେ। ଏମାନଙ୍କର ଫର୍ମପୁରଣ କାହିଁକି କରାଯାଉନାହିଁ ବୋଲି ଅଭିଭାବକମାନେ ପ୍ରଧାନଶିକ୍ଷକ ବିଦ୍ୟାଧର ମହାନ୍ତଙ୍କୁ ପଚାରିବାରୁ ଉକ୍ତ ୩୩ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଯୋଗ୍ୟ ବିବେଚିତ ହୋଇ ନ ଥିବାରୁ ସେମାନଙ୍କୁ ଏଥିରୁ ବଞ୍ଚିତ ରଖାଯାଇଥିବା ସେ କହିଛନ୍ତି। ଏନେଇ ଅଭିଭାବକମାନେ ପ୍ରଥମେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜଣାଇବା ପରେ ଜିଲା ଶିକ୍ଷା ଅଧିକାରୀଙ୍କୁ ମଧ୍ୟ ଲିଖିତ ଭାବେ ଜଣାଇଥିଲେ। ଜିଲା ଶିକ୍ଷାଧିକାରୀ ଏହାର ତଦନ୍ତ ପାଇଁ ଯୋଡ଼ା ବିଇଓ ଦାୟିତ୍ୱରେ ଥିବା ଚମ୍ପୁଆ ବିଇଓ ଗୋବର୍ଦ୍ଧନ ନାଏକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଏହାର କୌଣସି ସମାଧାନ ହୋଇ ନ ଥିବାରୁ ଥାନାରେ ଏନେଇ ଲିଖିତ ଅଭିଯୋଗ ପରେ ଅଭିଭାବକମାନେ ସ୍କୁଲରେ ତାଲା ପକାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା...

ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଜୟକ୍ରିଷ୍ଣା ଛୁରିଆ ବୁଧବାର...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri