Posted inଖେଳ

ହାମିଲଟନ ଟେଷ୍ଟ: ନ୍ୟୁଜିଲାଣ୍ଡ ସ୍ଥିତି ଦୃଢ଼

ହାମିଲଟନ, ୩୦।୧୧(ଏଏଫପି): ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୬୫ ରନରେ ବିଜୟ ହାସଲ କରିବା ପରେ ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ନ୍ୟୁଜିଲାଣ୍ଡ ଦମ୍‌ଦାର ପ୍ରଦର୍ଶନ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ଓପନର ଟମ୍‌ ଲଥାମଙ୍କ ଶତକ, ରସ ଟେଲର ଓ ଡାରିଲ ମିଚେଲଙ୍କ ଅର୍ଦ୍ଧଶତକ ସହାୟତାରେ ୧୨୯.୧ ଓଭରରେ ୩୭୫ ରନର ସମ୍ମାନଜନକ ସ୍କୋର ହାସଲ କରି ଅଲଆଉଟ ହୋଇଛି। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୮ ଓଭରରେ ୨ ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ଶିକାର ହେବା ସହ ୩୯ ରନ ସଂଗ୍ରହ କରିଛି। ଫଳରେ ନ୍ୟୁଜିଲାଣ୍ଡ ୮ ଉଇକେଟ ହାତରେ ରଖି ଏବେ ୩୩୬ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଓପନର ରୋରି ବନର୍‌ସ ୨୪ ଓ ଅଧିନାୟକ ଜୋ ରୁଟ୍‌ ୬ ରନ କରି ଅପରାଜିତ ରହିଛନ୍ତି। ଆଉଟ ହୋଇଥିବା ଦୁଇ ବ୍ୟାଟ୍ସମ୍ୟାନ ହେଲେ ଓପନର ଡୋମ ସିବ୍‌ଲି ଓ ଜୋ ଡେନ୍‌ଲି। ସିବ୍‌ଲି ୪ ରନ କରି ଅଭିଜ୍ଞ ଦ୍ରୁତ ବୋଲର ଟିମ୍‌ ସୌଦିଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଛନ୍ତି। ସେହିପରି ଡେନ୍‌ଲି ୪ ରନ କରିଥିବା ବେଳେ ମ୍ୟାଟ ହେନରୀଙ୍କ ବଲ୍‌ରେ ଉଇକେଟକିପର ବିଜେ ଓ୍ବାଟିଲିଂଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଇଂଲଣ୍ଡ ଏବେ ସିରିଜ ବଞ୍ଚାଇବାକୁ ସଂଘର୍ଷ କରୁଛି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୧୭୩/୩ରୁ ଖେଳ ଆରମ୍ଭ କରି ନ୍ୟୁଜିଲାଣ୍ଡ ଅଲଆଉଟ୍‌ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଲଥାମ ୧୦୧ରୁ ଖେଳ ଆରମ୍ଭ କରି ଆଉ ଅଧିକ ୪ ରନ ସଂଗ୍ରହ କରି ୧୦୫ ରନର ଶତକୀୟ ପାଳି ଖେଳି ଷ୍ଟୁଆର୍ଟ ବ୍ରଡଙ୍କ ଦ୍ୱାରା ବୋଲ୍ଡ ହୋଇଥିଲେ। ହେନେରୀ ନିକୋଲ୍ସ ୫ ରନରୁ ଖେଳ ଆରମ୍ଭ କରି ୧୬ ରନ କରି ସାମ କୁରାନଙ୍କ ବଲ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓ୍ବାଟଲିଂ ୫୫ ଓ ମିଚେଲ ୭୩ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ଉଭୟ ବ୍ରଡଙ୍କ ଦ୍ୱାରା ଆଉଟ ହୋଇଥିଲେ। ସେହିପରି ମିଚେଲ ସାଣ୍ଟନର ୨୩, ସୌଦି ୧୮ ରନ କରି ଆଉଟ ହୋଇଥିବା ବେଳେ ହେନରୀ ୫ ରନ କରି ଅପରାଜିତ ରହିଥିଲେ। ପୂର୍ବରୁ ରସ୍‌ ଟେଲର ୫୩ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ପକ୍ଷରୁ ବ୍ରଡ ୪, କ୍ରିସ୍‌ ଓ୍ବକ୍ସ ୩, କୁରାନ ୨ ଓ ଜୋଫ୍ରା ଆର୍ଚର ଗୋଟିଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୧୨୯.୧ ଓଭରରେ ୩୭୫ ଅଲଆଉଟ
(ଲଥାମ- ୧୦୫, ମିଚେଲ- ୭୩, ଓ୍ବାଟଲିଂ- ୫୫, ଟେଲର- ୫୩, ବ୍ରଡ- ୪/୭୩, ଓ୍ବକ୍ସ-/୮୩, କୁରାନ- ୨/୬୩ )।
ଇଂଲଣ୍ଡ ପ୍ରଥମ ଇନିଂସ- ୧୮ ଓଭରରେ ୩୯/୨
(ବନର୍‌ସ- ୨୪*, ରୁଟ୍‌- ୬*, ସୌଦି- ୧/୨୪, ହେନରୀ- ୧/୧୦) ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri