୧୬ ହଜାର ବୋତଲ କଫ୍‌ ସିରପ ଜବତ : ଆନୁମାନିକ ମୂଲ୍ୟ ୨୫ ଲକ୍ଷ

ପାଟଣାଗଡ଼,୨।୧୨(ଡି.ଏନ୍‌.ଏ.): ପାଟଣାଗଡ଼ ପୋଲିସ ରବିବାର ବିଳମ୍ବିତ ରାତିରେ ଲରମ୍ଭା ଥାନା ଅନ୍ତର୍ଗତ ଲୁହାସିଂହା ଗ୍ରାମର ଏକ ଗୋଦାମ ଘରେ ଚଢ଼ାଉ କରି ୧୬ ହଜାର ବୋତଲ କଫ୍‌ ସିରପ ଜବତ କରିଛି। ଜବତ ହୋଇଥିବା କଫ୍‌ ସିରପର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏ ନେଇ ସୋମବାର ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବଲାଙ୍ଗୀର ଏସ୍‌ପି ମାଡକର ସନ୍ଦିପ ସମ୍ପତ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଗୋଦାମ ମାଲିକ ସତ୍ୟନାରାୟଣ ଅଗ୍ରୱାଲ ଓରଫ ଗୁଲୁ ଘଟଣାସ୍ଥଳରୁ ଫେରାର ଥିବା ଏସ୍‌ପି କହିଛନ୍ତି। ଗୁଲୁଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ମାମଲା ରହିଥିବାରୁ ତାଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି। ଗତ କିଛିଦିନ ତଳେ ବଲାଙ୍ଗୀରଠାରେ ୧୧ ହଜାର ବୋତଲ କଫ୍‌ ସିରପ ଜବତ ହୋଇଥିବା ବେଳେ ବର୍ତ୍ତମାନ ପାଟଣାଗଡରେ ୧୬ ବୋତଲ ହଜାର କଫ୍‌ ସିରପ ଜବତ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ସୂଚନାନୁଯାୟୀ, କୌଣସି ସୂତ୍ରରୁ ଖବରପାଇ ରାତିରେ ପାଟଣାଗଡ ଏସ୍‌ଡିପିଓ ସୁରେଶ କୁମାର ନାଏକଙ୍କ ନେତୃତ୍ୱରେ ପାଟଣାଗଡ଼, ଲରମ୍ଭା ପୋଲିସ ଏବଂ ମାଜିଷ୍ଟ୍ରେଟ ଭାବେ ଉପଜିଲାପାଳ ସୋମନାଥ ପଧାନ ଘଟଣାସ୍ଥଳରେ ପହଞ୍ଚି ଏହି ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri