୧୬ କେଜି ଗଞ୍ଜେଇ ଜବତ, ୪ ଗିରଫ

ଖୋର୍ଦ୍ଧା ଅଫିସ,୩ା୧୨: ଖୋର୍ଦ୍ଧା ଅବକାରୀ ସ୍କ୍ବାଡ୍‌ ଓ ଜିଲା ମୋବାଇଲ ସ୍କ୍ବାଡ୍‌ ମିଳିତଭାବେ ସୋମବାର ଖୋର୍ଦ୍ଧାର ୪ ସ୍ଥାନରେ ଚଢ଼ାଉ କରି ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ମାଲଦା ଜିଲା କାଳିଆ ଚୌକ ଥାନା ମୋଜନପୁରର ଏମ.ଡି. କାବତ ଉଲାସ ଏସ୍‌.କେ.(୧୯), କାଳିଆ ଚୌକଗାଁ ଏମ.ଡି. ଆସିକ୍‌ ଏସ୍‌.କେ.(୨୫), ଏମ.ଡି. ସୁରଜ ଏସ୍‌.କେ.(୨୦), ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ହରିଜନ ସାହିର ଦାଶରଥି ନାୟକ(୨୬)। ଏମାନଙ୍କ ନିକଟରୁ ୧୬କେଜି ଗଞ୍ଜେଇ ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୮୦ହଜାର ଟଙ୍କା ହେବ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ମୋଜନପୁରର ଏମ.ଡି. କାବତ ଉଲାସ ଏସ୍‌.କେ.ଙ୍କଠାରୁ ୩ କେଜି, କାଳିଆ ଚୌକ ଗାଁର ଏମ.ଡି. ଆସିକ୍‌ ଏସ୍‌.କେ.ଙ୍କଠାରୁ ୫ କେଜି ଓ ଏମ.ଡି. ସୁରଜ ଏସ୍‌.କେ.ଙ୍କଠାରୁ ୪କେଜି ଗଞ୍ଜେଇ ଜବତ ହୋଇଛି। ସେହିପରି ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡଠାରୁ ନୟାଗଡ ଜିଲା ନୂଆଗାଁର ଦାଶରଥି ନାୟକଙ୍କଠାରୁ ୪କେଜି ଗଞ୍ଜେଇ ଅନୁରୂପ ଭାବେ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରବିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri