୩ ମାସରେ ୮୫୮୩ ମଦ୍ୟପ ଡ୍ରାଇଭର ଗିରଫ

ଭୁବନେଶ୍ୱର, ୩।୧୨:(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଲାଗୁହେବା ପରଠୁ ରାଜ୍ୟ ପୋଲିସ ପକ୍ଷରୁ ଧରପଗଡ ଜୋରଦାର କରାଯାଉଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ମଦ୍ୟପ ଡ୍ରାଇଭରଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଶେଷ ୩ ମାସରେ ୮୫୮୩ ମଦ୍ୟପ ଡ୍ରାଇଭରଙ୍କୁ ଗିରଫ କରାଯାଇଛି। ଗଞ୍ଜାମ ଜିଲାରେ ସବୁଠୁ ଅଧିକ ୧୭୯୯ ଓ ସବୁଠୁ କମ୍‌ ୧୧ଜଣ ପୁରୀ ଜିଲାରେ ଗିରଫ ହୋଇଛନ୍ତି। କଟକ ଗ୍ରାମାଞ୍ଚଳରେ ୬୪, ଜଗତ୍‌ସିଂହପୁର ଜିଲାରେ ୧୧୭, ଯାଜପୁରରେ ୮୬୬, କେନ୍ଦ୍ରାପଡାରେ ୩୪, ନୟାଗଡ଼ରେ ୩୯, ଖୋର୍ଦ୍ଧାରେ ୧୧୭, ବାଲେଶ୍ୱରରେ ୧୦୨, ଭଦ୍ରକରେ ୧୯୬, ମୟୂରଭଞ୍ଜରେ ୧୦୬୧, ସମ୍ବଲପୁରରେ ୨୭୬, ବରଗଡ ୬୯, ଝାରସୁଗୁଡା ୫୫, ବଲାଙ୍ଗୀର ୧୧୫, ସୋନପୁର ୫୧, ଦେଓଗଡ଼ ୬୬, ଢେଙ୍କାନାଳ ୩୩୫, ଅନୁଗୋଳ ୫୫୯, ଗଜପତି ୨୫୬, ବ୍ରହ୍ମପୁର ପୋଲିସ ଜିଲାରେ ୨୬୧, କନ୍ଧମାଳ ୨୨୦, ବୌଦ୍ଧ ୮୮, କୋରାପୁଟ ୨୦୦, ନବରଙ୍ଗପୁର ୧୬୯, ରାୟଗଡା ୧୧୨, ମାଲକାନଗିରି ୧୨୯, କଳାହାଣ୍ଡି ୨୮୪, ନୂଆପଡ଼ା ୯୩, ସୁନ୍ଦରଗଡ ୩୨୭, କେନ୍ଦୁଝର ୧୮୬, ରାଉରକେଲା ପୋଲିସ ଜିଲାରେ ୧୬୫, ଭୁବନେଶ୍ୱର ପୋଲିସ ଜିଲାରେ ୨୦ଜଣ ଓ କଟକରେ ୧୧୧ଜଣ ମଦ୍ୟପ ଡ୍ରାଇଭର ଗିରଫ ହୋଇଛନ୍ତି। ଆଗାମୀ ଦିନରେ ଏହି ଧରପଗଡ଼ ଜୋର୍‌ଦାର ଜାରି ରହିବ ବୋଲି ଡିଜିପି ସତ୍ୟଜିତ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

କେନ୍ଦ୍ରାପଡ଼ା,୨୭ା୪: କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଜହ୍ନିମୂଳ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ଅପରାହ୍ନରେ ବିଲରେ ମୁଗ ଉପାଡୁଥିବା ବେଳେ ବଜ୍ରପାତ ହୋଇଥିଲା।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri