ମଧ୍ୟାହ୍ନଭୋଜନ ଯାଞ୍ଚ କଲେ ବିଧାୟକ

ଛେଣ୍ଡିପଦା,୩।୧୨(ସ୍ବ.ପ୍ର)-ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଙ୍ଗଳବାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନ ଯାଇଥିଲେ। ଏହି ଅବସରରେ ଏକ ନୂତନ ଶ୍ରେଣୀ ଗୃହକୁ ବିଧାୟକ ଉଦ୍‌ଘାଟନ କରିଥିଲେ। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ ଶ୍ରେଣୀ ଗୃହର ଆବଶ୍ୟକତା ହେଉଥିବାରୁ ଜିଲା ଖଣିଜ ପାଣ୍ଠିରୁ ଶ୍ରେଣୀ ଗୃହ ନିର୍ମାଣ କରାଯାଇଥିଲା। ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସାରଙ୍ଗଧର ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ବ୍ଳକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ବିଧାୟକଙ୍କ ଜିଲା ପ୍ରତିନିଧି ପ୍ରଦୀପ କୁମାର ସାହୁ, ପୂର୍ବତନ ସରପଞ୍ଚ, ସମିତିସଭ୍ୟ, ବିଦ୍ୟାଳୟର ପରିଚାଳନା କମିଟିର ସଦସ୍ୟ ପ୍ରମୁଖ ଯୋଗ ଦେଇଥିଲେ। ଏହାପରେ ବିଧାୟକ ବିଦ୍ୟାଳୟର ମଧ୍ୟାହ୍ନଭୋଜନକୁ ଯାଞ୍ଚ କରିଥିଲେ। ପରେ ପାଚିକାଙ୍କୁ ରୋଷେଇ ଘରକୁ ସଫା ସୁତରା ରଖିବା ସହିତ ଖଦ୍ୟ ପ୍ରସ୍ତୁତବେଳେ ସତର୍କତା ଅବଲମ୍ବନ କରିବାସହିତ ସଠିକ ସମୟରେ ରୋଷେଇ କରି ଛାତ୍ରୀଛାତ୍ରଙ୍କୁ ଦେବା ପାଇଁ ପରାମର୍ଶ ଦେଇଥିଲେ। ପୂର୍ବତନ ସମିତିସଭ୍ୟ ସାରଥି ସାହୁ ପରିଚାଳନା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ, କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri