ଋଷିକୁଲ୍ୟା ମୁହାଣରେ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଅବ୍ୟାହତ: ସମୟ ପୂର୍ବରୁ ଅଣ୍ଡାଦାନ

ଗଞ୍ଜାମ,୪୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଣା ବନ୍ଧ ଗ୍ରାମ ନିକଟସ୍ଥ ଋଷିକୁଲ୍ୟା ବେଳାଭୂମିରେ ନଭେମ୍ବରରୁ ଅଲିଭ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହା ଜାନୁୟାରୀ ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ଖଲ୍ଲିକୋଟ ରେଞ୍ଜର ଦିଲୀପ କୁମାର ମାର୍ଥା ସୂଚନା ଦେଇଛନ୍ତି। ପ୍ରତିବର୍ଷ ଫେବୃୟାରୀରେ ଦକ୍ଷିଣା ପବନ ବହିଲେ କଇଁଛମାନେ ଗଣ ଅଣ୍ଡାଦାନ କରିଥାନ୍ତି। ମାତ୍ର ଚଳିତବର୍ଷ ଏଥିରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇଛି। ନଭେମ୍ବରରେ କେତେକ କଇଁଛ ଅଣ୍ଡାଦାନ କରିଛନ୍ତି। ୮୦ ରୁ ୮୫ ଅଣ୍ଡା ସଂଗ୍ରହ କରାଯାଇ ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ପ୍ରୟାଗୀ ବେଳାଭୂମିରେ ନିର୍ମିତ ହାଚେରୀରେ ରଖାଯାଇଛି। ବର୍ତ୍ତମାନ ସମୁଦ୍ର ବେଳାଭୂମିଠାରୁ ୫ରୁ ୬ କିମି ପରିଧି ମଧ୍ୟରେ ହଜାର ହଜାର କଇଁଛ ମିଳିତ ଭାବେ ଭାସମାନ ଅବସ୍ଥାରେ ଦେଖାଯାଉଛି। ଫେବୃୟାରୀରେ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ପ୍ରୟାଗୀ, ପୋଡ଼ମପେଟା, ପୁରୁଣାବନ୍ଧ ଓ ଗୋଖରକୁଦା ନିକଟ ବେଳାଭୂମିରେ ୪ଟି ହାଚେରୀ ନିର୍ମାଣ କରାଯାଇଛି। କଇଁଛଙ୍କ ସୁରକ୍ଷା ଲାଗି ଋଷିକୁଲ୍ୟା ବେଳାଭୂମିରୁ ପ୍ରୟାଗୀ ପର୍ଯ୍ୟନ୍ତ ବ୍ୟାରିକେଡ ନିର୍ମାଣ ହେବା ସହ ସମସ୍ତ ବ୍ୟବସ୍ଥା କରାଯାଇଥିବା ସେ କହିଛନ୍ତି। ଫେବୃୟାରୀରେ ଦକ୍ଷିଣା ପବନ ବହିଲେ କଇଁଛମାନଙ୍କ ଗଣ ଅଣ୍ଡାଦାନ ଆରମ୍ଭ ହେବ। ଏଥିପାଇଁ ୬ଟି କ୍ୟାମ୍ପରେ ପ୍ରାୟ ୨୪ ବନ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। କଇଁଛଙ୍କ ମିଳନ ପ୍ରକ୍ରିୟା ଅବ୍ୟାହତ ରହିଥିବାରୁ ପାଟ୍ରୋଲିଂ ମଧ୍ୟ ଜାରି ରହିଛି। ଉତ୍ତର ଦିଗରେ ଥିବା ପ୍ରୟାଗୀ ଓ ଦକ୍ଷିଣ ଦିଗରେ ଥିବା ଆର୍ଯ୍ୟପଲ୍ଲୀ ପର୍ଯ୍ୟନ୍ତ ସମୁଦ୍ର ଅଞ୍ଚଳକୁ ବନ ବିଭାଗ ପକ୍ଷରୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri