‘କିଷାନ’ ସହ ମିଶ୍ରଣ ପରେ ବି ‘କାଳିଆ’ ଯୋଜନା ଚାଲୁ ରହିବ: କୃଷି ମନ୍ତ୍ରୀ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ କିଷାନ ଯୋଜନା ସହ ‘କାଳିଆ’ର ମିଶ୍ରଣ ପ୍ରସଙ୍ଗ ନେଇ ମୁହଁ ଖୋଲିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ। ସେ କହିଛନ୍ତି, କାଳିଆ ଲାଭ ଲୋକଙ୍କ ପାଖକୁ ଯିବ। କାଳିଆ-କିଷାନର ମିଶ୍ରଣ ହେବ। କାଳିଆ ଯୋଜନା ଚାଲୁ ରହିବ। ଏପରିକି ଯୋଜନାର ୨ୟ କିସ୍ତି ଚାଲୁ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

ରାଜ୍ୟ ସରକାରଙ୍କ କାଳିଆ ଯୋଜନାର ପ୍ରଥମ କିସ୍ତିରେ ୫୧ ଲକ୍ଷ ୫ ହଜାର ୨ଶହ ୯୦ଜଣ ଚାଷୀଙ୍କୁ ଟଙ୍କା ମିଳିଛି। ହିତାଧିକାରୀଙ୍କ ମଧ୍ୟରୁ ୪୫,୯୬୫ଜଣ ଅଯୋଗ୍ୟ ବୋଲି ଅରୁଣ ବିଧାନସଭାରେ ସୂଚନା ଦେଇଥିଲେ। ଏବେ ‘କାଳିଆ’କୁ ‘କିଷାନ’ ସହ ମିଶ୍ରଣ କରିବା ନେଇ ରାଜ୍ୟ ବିଚାର କରୁଛି। ଆନ୍ଧ୍ର ସରକାର ‘ଅନ୍ନଦାତା ସୁଖିଭବ’ ଯୋଜନାକୁ କିଷାନରେ ବିଲୟ କରିଥିବା ବେଳେ ସେଭଳି ଢାଞ୍ଚାରେ ‘କାଳିଆ’କୁ ମିଶ୍ରଣ କରାଯିବାକୁ ସେ ଚାହୁଁଛନ୍ତି।

ସୂଚନାଯୋଗ୍ୟ, ‘କିଷାନ’ ଯୋଜନାରେ ଚାଷୀଙ୍କୁ ବର୍ଷକୁ ୬ହଜାର ଟଙ୍କା ମିଳୁଥିବା ବେଳେ ‘କାଳିଆ’ ଯୋଜନାରେ ଦୁଇଟି ଫସଲ ପାଇଁ ୧୦ହଜାର ଦେବାକୁ ଘୋଷଣା କରାଯାଇଛି। ଅପରପକ୍ଷେ ମିଶ୍ରଣ ହେବା ପରେ କେନ୍ଦ୍ର ସରକାର ୬ହଜାର ଟଙ୍କା ଦେବେ। ମାତ୍ର ଆଉ ୪ ହଜାର ଟଙ୍କାର ବୋଝ ରାଜ୍ୟ ବହନ କରିବାକୁ ସମ୍ମତ ହୋଇଛି। ଏହାଛଡ଼ା ଯୋଜନାରୁ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀ(ଭୂମିହୀନ) ‘କିଷାନ’ରେ ସାମିଲ ହୋଇ ନ ପାରିଲେ ସେମାନଙ୍କୁ ରାଜ୍ୟ ସରକାର ସହାୟତା ପ୍ରଦାନ କରିବେ। ଏହି ପ୍ରସ୍ତାବରେ କେନ୍ଦ୍ର ମୋହର ମାରି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri