ପଛପଟୁ ପିଟିଲା ୧୦ ଚକିଆ ଟ୍ରକ୍‌, ବାଇକ୍‌ ଆରୋହୀ ମୃତ

ଢେଙ୍କିକୋଟ, ୫।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ନଂ ଜାତୀୟ ରାଜପଥ ଗୋପାଳପୁର ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଦଶଚକିଆ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେବା ଫଳରେ ବାଇକ୍‌ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମଡ଼ମସିଣାବିଲା ପଞ୍ଚାୟତ ନୂଆଗାଁ ଗ୍ରାମର ଇନ୍ଦ୍ରମଣି ମହାନ୍ତ(୪୦)। ସେ ଜଣେ ମେକାନିକ୍‌ ଭାବେ କାମ କରୁଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଇନ୍ଦ୍ରମଣି ରାତିରେ ବାଇକ ଯୋଗେ କେନ୍ଦୁଝରରୁ ଘରକୁ ଫେରୁଥିବାବେଳେ ଗୋପାଳପୁର ମାଳତୀ ଭାରତ ଗ୍ୟାସ ନିକଟରେ ଏକ ଲୁହାପଥର ବୋଝେଇ ଟ୍ରକ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ସେ ଛିଟିକି ପଡ଼ିଥିଲେ। ତାଙ୍କର ଦୁଇ ଗୋଡ଼ ଭାଙ୍ଗି ଯିବା ସହ ମୁଣ୍ଡରେ ଆଘାତ ଲାଗିଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଖବର ପାଇବା ପରେ ସଦର ଥାନା ଏସ୍‌ଆଇ ଦୁଷ୍ମନ୍ତ କୁମାର ସିଂହ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଓ ବାଇକ୍‌କୁ ଜବତ କରିଛନ୍ତି। ଥାନାରେ ଏନେଇ ଏକ ମାମଲା(୩୬୯/୧୯) ରୁଜୁ ହେବା ସହ ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri