ବେଗା ପଞ୍ଚାୟତରେ ଦୁର୍ନୀତି:ବିନା କାର୍ଯ୍ୟରେ ୧୦ ଲକ୍ଷ ଟଙ୍କାର ବିଲ୍‌

ଢେଙ୍କାନାଳ ଅଫିସ, ୬।୧୨

ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ବେଗା ପଞ୍ଚାୟତରେ ବିନା କାର୍ଯ୍ୟରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମିଥ୍ୟା ବିଲ୍‌ କରାଯାଇଥିବା ଅଭିଯୋଗ ହୋଇଛି। ବାରମ୍ବାର ଦାବି ସତ୍ତ୍ୱେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏହାର ପ୍ରତିବାଦରେ ପଞ୍ଚାୟତ ଉନ୍ନୟନ କମିଟି ସଭାପତି ଜୟନ୍ତ କୁମାର ନାୟକ, ନାଏବ ସରପଞ୍ଚ ଅଞ୍ଜନ ପାଢୀ, ୱାର୍ଡ ସଭ୍ୟ ହରଷ ନାୟକ ଗୁରୁବାର ଜିଲାପାଳଙ୍କୁ ଭେଟି ତଦନ୍ତ ଦାବି କରିଛନ୍ତି। ଏ ଦିଗରେ ପ୍ରଶାସନ ବିହିତ ପଦକ୍ଷେପ ଗ୍ରହଣ ନ କଲେ ୧୨ ତାରିଖରେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିବାକୁ ଅଭିଯୋଗକାରୀମାନେ ଲିଖିତ ଭାବେ ଜଣାଇଛନ୍ତି। ଏ ନେଇ ରାଜ୍ୟପାଳ, ୫-ଟି ସଚିବ, ସ୍ବତନ୍ତ୍ର ସଚିବ, ଅତିରିକ୍ତ ଜିଲାପାଳ ଏବଂ ପିଡି ଡିଆରଡିଏଙ୍କୁ ଲିଖିତ ଭାବେ ଅବଗତ କରାଯାଇଛି।
ଅଭିଯୋଗ ଅନୁଯାୟୀ, ପଞ୍ଚାୟତରେ ଅଯୋଗ୍ୟ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟଭତ୍ତା ତାଲିକାରେ ସାମିଲ କରାଯାଇଛି। ପାରିବାରିକ ସ୍ବାର୍ଥ ପାଇଁ ସମ୍ପର୍କୀୟଙ୍କୁ ଫନି ସହାୟତା ପ୍ରଦାନ କରାଯାଇଛି। କରଡ଼ାବଣି ଗ୍ରାମରେ ଡ୍ରେନ୍‌ ନ ଥାଇ ନର୍ଦ୍ଦମା ସଫା କରିବା ଲାଗି ୧୦ ହଜାର ଟଙ୍କା ମଞ୍ଜୁର ହୋଇଛି। ବେଗା ଗ୍ରାମ ପଞ୍ଚାୟତ ହାଇସ୍କୁଲରେ କିଛି କାମ ନ ହୋଇ ୧ଲକ୍ଷ ୫୦ହଜାର ଏବଂ ପଞ୍ଚାୟତ ଅଫିସ ରକ୍ଷଣାବେକ୍ଷଣ ପାଇଁ ୧ଲକ୍ଷ ୧୧ ହଜାର, ପଞ୍ଚାୟତ ପାଚେରି ନିର୍ମାଣ ପାଇଁ ଅଗ୍ରିମ ୧ଲକ୍ଷ ୫୦ହଜାର, ପାଞ୍ଚକେନ୍ଦୁ ମହାଦେବ ପୋଖରୀ ପାଇଁ ୨ଲକ୍ଷ, ପାଞ୍ଚକେନ୍ଦୁ କୋଠଘର ପାଇଁ ୨ଲକ୍ଷ ଟଙ୍କାର ବିଲ କରାଯାଇଛି। ଅଭିଯୋଗର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କ କଳାକାରନାମା ପଦାକୁ ଆସିବ ବୋଲି ଅଭିଯୋଗକାରୀମାନେ କହିଛନ୍ତି।
ଏ ନେଇ ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା କୁହନ୍ତି, ଅଭିଯୋଗର ତଦନ୍ତ କରାଯିବ। ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, ବୈଷୟିକ ଇଞ୍ଜିନିୟର ଏବଂ ଜିଲା ପଞ୍ଚାୟତ ଅଧିକାରୀଙ୍କ ଉପରେ ତଦନ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri