ପାର୍କିଂ ୟାର୍ଡରୁ ଟ୍ରେଲର ହେଲ୍‌ପରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କଳିଙ୍ଗନଗର,୬।୧୨ (ଡି.ଏନ୍‌.ଏ.)- କଳିଙ୍ଗନଗର ଶିଳ୍ପାଞ୍ଚଳ ସାତବାଇଁଶିଆ ଛକ ନିକଟ ଏକ ଘରୋଇ ଟ୍ରକ୍‌ ପାର୍କିଂ ୟାଡ୍‌ରୁ ଗୁରୁବାର ଦାନଗଦୀ ପୋଲିସ ଜଣେ ଟ୍ରେଲର ହେଲ୍‌ପରଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣ ହେଲେ ବିହାରର କୁମୁଡା ଥାନା ସିତାମ୍ବରୀ ଜିଲା ବିସିନିପୁର ଗ୍ରାମର ପାରସନାଥ ମିଶ୍ରାଙ୍କ ପୁଅ ବିଚୁ ମିଶ୍ରା(୩୨) । ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୪୧୯/୧୯) ରୁଜୁକରି ଦାନଗଦୀ ଡାକ୍ତରଖାନାରେ ବ୍ୟବଚ୍ଛେଦ କରି ତଦନ୍ତ ଚଳାଇଛି। ପ୍ରକାଶ ଯେ, ବୁଧବାର ରାତିରେ ପାର୍କିଂ ୟାର୍ଡରେ ଥିବା ମାଲ ବୋଝେଇ ଟ୍ରେଲ୍‌ର (ଓଡି୧୯ପି ୫୯୩୧) ତଳୁ ଦୁର୍ଗନ୍ଧ ବାହାରୁଥିଲା। ଅନ୍ୟ ଗାଡି ଡ୍ରାଇଭରମାନେ ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ଏକ ମୃତଦେହ ପଡିଥିବା ଦେଖିଥିଲେ। ଏ ନେଇ ସୁରକ୍ଷା କର୍ମୀଙ୍କୁ ଜଣାଇଥିଲେ। ପରେ ସୁରକ୍ଷା କର୍ମୀ ଦାନଗଦୀ ପୋଲିସକୁ ଅବଗତ କରିଥିଲେ। ଖବର ପାଇ ଦାନଗଦୀ ଫାଣ୍ଡି ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲା। ତେବେ ପାର୍କିଂ ୟାର୍ଡରେ କଡ଼ାକଡି ସୁରକ୍ଷା ବ୍ୟବସ୍ଥା ରହିଥିଲେ ମଧ୍ୟ ହେଲ୍‌ପରଙ୍କ ମୃତ୍ୟୁ ବିଷୟରେ କେହି ନ ଜାଣି ପାରିବା ନେଇ ସାଧାରଣରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅପରପକ୍ଷେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରେଲର ଡ୍ରାଇଭର ଫେରାର ଥିବାରୁ ଏହା ଏକ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଗତ ବର୍ଷ ମଧ୍ୟ ଏଠାରେ ଜଣେ ଟ୍ରେଲର ହେଲ୍‌ପରଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri