ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ୨୦୧୯-୨୦ ବର୍ଷ ପାଇଁ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ-୨ର ୧୦ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରି ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି। ତେବେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୧୫ହଜାର ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କରାଯିବ। ଏଥିରେ ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରୀଛାତ୍ର ୫,୫୦୯ଜଣ ଏବଂ ସାଧାରଣ ବର୍ଗର ୯୪୯୧ଜଣ ଛାତ୍ରୀଛାତ୍ର ଅଛନ୍ତି ବୋଲି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ସୂଚନା ଦେଇଛନ୍ତି।

ପ୍ରକାଶଯୋଗ୍ୟ, ୨୦୧୩ରୁ ବିଜୁ ସଶକ୍ତିକରଣ ଯୋଜନାରେ ଯୁକ୍ତ ୨ର ମେଧାବୀ ଛାତ୍ରୀଛାତ୍ରଙ୍କୁ ମାଗଣାରେ ଲାପ୍‌ଟପ୍‌ ବଣ୍ଟନ କରାଯାଉଛି। ଏବେ ସୁଦ୍ଧା ୯୦,୨୦୩ଜଣଙ୍କୁ ଲାପ୍‌ଟପ୍‌ ପ୍ରଦାନ କରାଯାଇଛି। ଚଳିତ ବର୍ଷ ଚୟନ ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ କରାଯାଇଥିଲା। ରାଜ୍ୟସ୍ତରୀୟ ମେଧା ତାଲିକା ପରିବର୍ତ୍ତେ ଜିଲାସ୍ତରୀୟ ମେଧା ତାଲିକା ପ୍ରସ୍ତୁତ କରାଯାଇଛି।

କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri