ବାଲ୍ୟ ବିବାହ ସୂଚନା ଦେଲେ ମିଳିବ ପୁରସ୍କାର

ଛତ୍ରପୁର,୮ା୧୨(ଡି.ଏନ.ଏ)-ବାଲ୍ୟ ବିବାହ ଏକ ବଡ଼ ସାମାଜିକ ସମସ୍ୟା ଓ କୁସଂସ୍କାର। ବାଲ୍ୟ ବିବାହ ସମ୍ପର୍କରେ ଯେ କେହି ସୂଚନା ଦେଲେ ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ ୫ ହଜାର ଟଙ୍କା ପୁରସ୍କାର ଦିଆଯିବ। ଏଥିସହ ସୂଚନାଦାତାଙ୍କ ନାଁ ଗୋପନ ରଖାଯିବ। ନିର୍ଭୟ କଢ଼ି ଓ କିଶୋରୀଙ୍କୁ ସୁରକ୍ଷା ନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଗଞ୍ଜାମ ଜିଲା ଟାସ୍କଫୋର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହା କହିଛନ୍ତି। ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଓ କିଶୋରୀମାନଙ୍କୁ ସଶକ୍ତ କରିବା ନିର୍ଭୟ କଢ଼ି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ା ଏହା ମାଧ୍ୟମରେ ପ୍ରତ୍ୟେକ ଗାଁରେ ତୃଣମୂଳ ସ୍ତରରେ ସଚେତନତା କାର୍ଯ୍ୟକ୍ରମ କରି ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ଦୂର କରିବାକୁ ପଡିବ। ବିଦ୍ୟାଳୟସ୍ତରରେ ପ୍ରାର୍ଥନା ପରେ ଏହି ଯୋଜନା ସମ୍ପର୍କରେ ପିଲାଙ୍କୁ ଶିକ୍ଷକମାନେ ଅବଗତ କରାଇବେ ା ସମସ୍ତ ବିଦ୍ୟାଳୟ ପାଚେରି କାନ୍ଥରେ ‘ବାଲ୍ୟ ବିବାହକୁ ନା’ ବାର୍ତ୍ତା ସହିତ ଜିଲା ପ୍ରଶାସନକୁ ଅଭିଯୋଗ ନିମନ୍ତେ ମୋବାଇଲ୍‌ ନଂ.୯୪୩୭୫୬୩୮୦୦ ଏବଂ ଚାଇଲ୍ଡ ଲାଇନ ହେଲ୍ପ୍ପ ନଂ.୧୦୯୮ ଲେଖିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ବିବାହ ପୂର୍ବରୁ ଅଙ୍ଗନୱାଡିକର୍ମୀଙ୍କ ନିକଟରେ ଆଧାର କାର୍ଡ ନକଲ ଦାଖଲ ସହ ଏଚଆଇଭି ପରୀକ୍ଷା କରିବା ବାଧ୍ୟତାମୂଳକ ହେବ। ଶିଶୁ ବିକାଶ ପ୍ରକଳ୍ପ ତଥା ବାଲ୍ୟ ବିବାହ ନିରୋଧ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ , ଜିଲା ସମାଜ ମଙ୍ଗଳ ଅଧିକାରୀ, ଚାଇଲ୍ଡ ଲାଇନ୍‌, ପୋଲିସ ଓ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ସହାୟତାରେ ଗତ ୩ ମାସ ମଧ୍ୟରେ ୮ ଟି ଏବଂ ଚଳିତବର୍ଷ ଜାନୁୟାରୀରୁ ଏ ପର୍ଯ୍ୟନ୍ତ ୩୮ ବାଲ୍ୟ ବିବାହକୁ ରୋକା ଯାଇଥିବା ସୂଚନା ଦିଆଯାଇଛି ା ବାଲ୍ୟ ବିବାହ ରୋକିବାରେ ଅଙ୍ଗନୱାଡି କର୍ମୀ, ସ୍ବାସ୍ଥ୍ୟ କର୍ମୀ, ପଞ୍ଚାୟତ ସ୍ତରୀୟ ଲୋକ ପ୍ରତିନିଧି ଓ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଜିଲାପାଳ କହିଥିଲେ। ଡିସେମ୍ବର ଶେଷ ସପ୍ତାହ କିମ୍ବା ୨୦୨୦ ଜାନୁୟାରୀ ପ୍ରଥମ ସପ୍ତାହରେ ସ୍ବତନ୍ତ୍ର ଗ୍ରାମସଭା ଡକାଇ ନିର୍ଭୟ କଢି ଓ ମୋ ଗେହ୍ଲା ଝିଅ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବେ ବୋଲି କୁହାଯାଇଛି । ବୈଠକରେ ଜିଲା ମୁଖ୍ୟ ଚିକିସତ୍ାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ, ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ମହାରଣା, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ ଷଡଙ୍ଗୀ, ଜିଲା ପଞ୍ଚାୟତ ଅଧିକାରୀ ଧର୍ମାନନ୍ଦ ସେଠିଆ, ଶିଶୁ ମଙ୍ଗଳ କମିଟି ସଦସ୍ୟ ସିଏଚ୍‌ ଜ୍ୟୋତି, ଏଡିଏମଓ ଡା. ଭି ସରୋଜିନୀ ଦେବୀ, ଡିପିଏମ୍‌ ଶ୍ୟାମ ସୁନ୍ଦର ତ୍ରିପାଠୀ, ଜିଲା ସ୍ବଳ୍ପ ସଞ୍ଚୟ ଅଧିକାରୀ ଶଙ୍କର୍ଷଣ ପଟ୍ଟନାୟକଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri