ଜିଲା ମୁଖ୍ୟଚିକିତ୍ସାଳୟ: ମେଡିଶିନ ବିଭାଗରେ ଲାଗିବ ଲିଫ୍ଟ, ର଼୍ୟାମ୍ପ

ବାଲେଶ୍ୱର ଅଫିସ, ୮।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ମେଡିସିନ ବିଭାଗରେ ଲିଫ୍ଟ ଓ ର଼୍ୟାମ୍ପ ନିର୍ମାଣ ହେବ। ଶନିବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଚିକିତ୍ସାଳୟରେ ପୃଥକ ଭାବେ ଡେଙ୍ଗୁ ଓ ଡାଇରିଆ ୱାର୍ଡ଼ ନିର୍ମାଣ ଲାଗି ଶନିବାର ଭିତ୍ତିପ୍ରସ୍ତର ସ୍ଥାପନ କରିବା ଅବସରରେ ଏହି ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ ସମ୍ପଦ, ପ୍ରାଣୀଧନ, ଦୁଗ୍ଧ ପ୍ରକ୍ରିୟାକରଣ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ରାଜ୍ୟ ପର୍ଯ୍ୟଟନ ଓ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସଦର ବିଧାୟକ ମଦନମୋହନ ଦତ୍ତ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଓ ଜିଲା ପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ଭିତ୍ତିପ୍ରସ୍ତର ସ୍ଥାପନ ପରେ ସମ୍ମିଳନୀ କକ୍ଷଠାରେ ଏକ ସମୀକ୍ଷା ବୈଠକ ବସିଥିଲା। ବାଲେଶ୍ୱର ସଦର ବିଧାୟକ ଏବଂ ରେମୁଣା ବିଧାୟକ ଜିଲା ମୁଖ୍ୟ ଡାକ୍ତରଖାନାରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ଉପସ୍ଥାପନ କରି ଏହାର ସମାଧାନ ଲାଗି ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଏହି ଅବସରରେ ମେଡ଼ିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ତରଫରୁ ଏକ ୧୫ଦଫା ସମ୍ବଳିତ ଦାବି ଉପସ୍ଥାପନା କରାଯାଇଥିଲା। ଏସବୁ ବିଷୟ ନେଇ ଆଲୋଚନା ବେଳେ ସ୍ବାସ୍ଥ୍ୟମନ୍ତ୍ରୀ କହିଥିଲେ ଉପରୋକ୍ତ ଦାବି ମଧ୍ୟରୁ ଅଧିକାଂଶ ଦାବି ପୂରଣ ହୋଇସାରିଛି। କେବଳ ଡାକ୍ତର ପଦବୀ ପୂରଣ କ୍ଷେତ୍ରରେ କେତେକ ସମସ୍ୟା ରହିଛି। କେନ୍ଦ୍ରମନ୍ତ୍ରୀ ଷଡଙ୍ଗୀ ଖାଲି ଥିବା ଡାକ୍ତରୀ ପଦବୀ ତୁରନ୍ତ ପୂରଣ ଦିଗରେ ରାଜ୍ୟ ସରକାର ଯତ୍ନବାନ ହେବା ସହ ଖାଲିପଡିଥିବା ପରିଚାଳକ ପଦବୀ ପୂରଣ କରନ୍ତୁ ବୋଲି କହିଥିଲେ। ସେହିପରି କୁକୁର କାମୁଡ଼ା ଔଷଧ ମହଜୁଦ୍‌ ରଖାଯିବା, ଆମ୍ବୁଲାନ୍ସ ଠିକ୍‌ ସମୟରେ ଯୋଗାଇ ଦେବା, ଆଉଟଡ଼ୋରକୁ ବ୍ୟବସ୍ଥିତ କରିବା ଆଦି ବିଷୟରେ କେନ୍ଦ୍ରମନ୍ତ୍ରୀ ଆଲୋଚନା କରି ଏ ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ ମନ୍ତ୍ରୀଙ୍କୁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ଦାସ ତାଙ୍କ ପ୍ରତ୍ୟୁତ୍ତରରେ ଡାକ୍ତର ଅଭାବ ସମସ୍ୟା ଆଗାମୀ ୩ ବର୍ଷ ଯାଏ ଲାଗି ରହିବ ବୋଲି କହିବା ସହିତ ଏହା ରାଷ୍ଟ୍ରବ୍ୟାପୀ ସମସ୍ୟା ବୋଲି ଦର୍ଶାଇଥିଲେ। ତେବେ ଆସନ୍ତା ଜାନୁୟାରୀ ୧୫ ସୁଦ୍ଧା ମେଡ଼ିକାଲ କଲେଜରେ ଆଉ ଏକ ଅଲଟ୍ରାସାଉଣ୍ଡ ମେଶିନ ଡାକ୍ତରଖାନାରେ ସ୍ଥାପିତ ହେବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ସେହିପରି ଥାଲାସେମିଆ ରୋଗୀଙ୍କ ଉପଯୁକ୍ତ ଯତ୍ନ ନେବା, ଶଯ୍ୟା ସଂଖ୍ୟା ବୃଦ୍ଧି କରିବା, ଆଇସିୟୁରେ ସିଟ୍‌ ସଂଖ୍ୟା ବଢ଼ାଇବା, ସର୍ବଦା ଅନ୍ୟ ହସ୍‌ପିଟାଲ ରେଫରକୁ କମାଇବାକୁ ଦୃଷ୍ଟି ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଥିଲେ। ସମୀକ୍ଷା ପରେ ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତରଖାନାର ଏସଏନସିୟୁ, ପ୍ରସୂତି ଗୃହ ଆଦି ବୁଲି ଦେଖିଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ମେଡ଼ିକାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ଅନୁପ କୁମାର ଘୋଷ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri