ଫୁଲବାଣୀ ଅଫିସ,୧୦ା୧୨-୨୦୧୮ରେ ଫୁଲବାଣୀ ଟାଉନ ଥାନାର ତତ୍କାଳୀନ ସବ୍ ଇନ୍ସପେକ୍ଟର(ଏସ୍ଆଇ) ତରୁଣ ତପନ ବେହେରାଙ୍କୁ ହୋଇଥିବା ଛୁରାମାଡ଼ ମାମଲାର ବିଚାର କରି ସୋମବାର ମୁଖ୍ୟ ବିଚାର ବିଭାଗୀୟ ବିଚାରପତି (ସିଜେଏମ୍) ରଞ୍ଜିତା ଜ୍ୟୋତିଷି ଦୋଷୀ ଯୁବକଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଦଫା ୩୦୭ରେ ୫ ବର୍ଷ, ୩୨୪ରେ ୧ ବର୍ଷ ଓ ୪୨୭ରେ ୬ ମାସ ଜେଲ ଦଣ୍ଡାଦେଶ ଦିଆଯାଇଛି ା ଅଭିଯୁକ୍ତ ହେଲେ ଫୁଲବାଣୀ କ୍ଷେତାପାଜୁ ଗ୍ରାମର ରାଜୀବ ପ୍ରଧାନ ା
ଫୁଲବାଣୀ ବସ୍ଷ୍ଟାଣ୍ଡ ପାଖରେ ଥିବା ଏକ ସ୍କିଲ ଡେଭଲପମେଣ୍ଟ ସେଣ୍ଟରରେ ରାଜୀବ କାମ କରୁଥିଲେ ା କୌଣସି ଏକ କଥାକୁ ନେଇ ସେ ଅଫିସରେ ଲାଗିଥିବା ସିସି ଟିଭି କ୍ୟାମେରା ଓ ଆନୁସଙ୍ଗିକ ଜିନିଷପତ୍ର ଭଙ୍ଗାରୁଜା କରିଥିଲେ। ଏ ନେଇ ଅନୁଷ୍ଠାନର ମାଲିକ ସବ୍ୟସାଚୀ ମାହାକୁଲ ଟାଉନ ଥାନାରେ ଏତଲା ଦେଇଥିଲେ ା ୨୦୧୮ ନଭେମ୍ବର ୧୨ ତାରିଖରେ ଥାନାଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ ତତ୍କାଳୀନ ଏସ୍ଆଇ ତଥା ବର୍ତ୍ତମାନ ଚକାପାଦ ଭାରପ୍ରାପ୍ତ ଥାନାଅଧିକାରୀ ଥିବା ବେହେରା ଅଭିଯୁକ୍ତଙ୍କୁ ଧରିବାକୁ ବସ୍ଷ୍ଟାଣ୍ଡ ପାଖକୁ ଯାଇଥିଲେ ା ହେଲେ ସେଠାରେ ରାଜୀବ ତାଙ୍କୁ ଏକ ଛୁରୀରେ ଆକ୍ରମଣ କରିଥିଲେ ା ଏଥିରେ ବେହେରାଙ୍କ ବେକରେ ଆଘାତ ଲାଗିଥିଲା ା ଏ ନେଇ ଥାନାରେ ଏକ ମାମଲା ରୁଜୁ କରାଯାଇ ରାଜୀବଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ରାଜୀବଙ୍କ ପକ୍ଷରୁ ଷ୍ଟେଟ ଡିଫେନ୍ସ କାଉନସିଲ ଚନ୍ଦ୍ରଶେଖର ମିଶ୍ର ଏବଂ ସରକାରଙ୍କ ପକ୍ଷରୁ ଅତିରିକ୍ତ ପିପି ଧିରେନ କୁମାର ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ ା
ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...
ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର
ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...
Archives


