Posted inଜାତୀୟ

କେନ୍ଦ୍ର କ୍ୟାବିନେଟ: ମୋଦି, ଶାହଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୩୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟ ଥର ଲାଗି ସରକାର ଗଢ଼ିବାକୁ ଯାଉଥିଲାବେଳେ କେଉଁମାନେ ତାଙ୍କ କ୍ୟାବିନେଟରେ ସ୍ଥାନ ପାଇବେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ବିଶେଷ କରି ୪ ପ୍ରମୁଖ ବିଭାଗ ପ୍ରତିରକ୍ଷା, ଅର୍ଥ, ସ୍ବରାଷ୍ଟ୍ର ଏବଂ ବହିର୍ବ୍ୟାପାର ବିଭାଗ କାହା ହାତରେ ରହିବ ଏହାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ମନ୍ତ୍ରୀ ଚୟନ ଓ ବିଭାଗ ବଣ୍ଟନ ନେଇ ବୁଧବାର ମୋଦି ଓ ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ମଧ୍ୟରେ ଦୀର୍ଘ ସମୟ ଆଲୋଚନା ହୋଇଥିଲା। ଏହି ବୈଠକରେ ନୂଆ ମନ୍ତ୍ରୀମାନଙ୍କ ନଁା ଚୂଡାନ୍ତ ହୋଇଥିବା ଜାଣିବାକୁ ମିଳିଛି। ପୂର୍ବ ସରକାରର କେତେଜଣ ବରିଷ୍ଠ ମନ୍ତ୍ରୀ ସେମାନଙ୍କ ସ୍ଥାନ ବଜାୟ ରଖିବାକୁ ଥିବାବେଳେ ଆଉ କେତେକ ନୂଆ ମୁହଁ ନୂତନ ମନ୍ତ୍ରିମଣ୍ଡଳରେ ସାମିଲ ହେବାକୁ ଯାଉଛନ୍ତି। ଭାଜପା ଅଧ୍ୟକ୍ଷ ଅମିତ ଶାହ ମନ୍ତ୍ରିମଣ୍ଡଳରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ତେବେ ଆସନ୍ତାବର୍ଷ କେତେକ ପ୍ରମୁଖ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଶାହ ଭାଜପା ଅଧ୍ୟକ୍ଷ ପଦରେ ରହିପାରନ୍ତି ବୋଲି ମଧ୍ୟ କଳ୍ପନା ଜଳ୍ପନା ପ୍ରକାଶ ପାଇଛି।
ରାଜନାଥ ସିଂ, ନୀତିନ ଗଡକରୀ, ନିର୍ମଳା ସୀଥାରାମନ୍‌, ସ୍ମୃତି ଇରାନୀ, ରବିଶଙ୍କର ପ୍ରସାଦ, ପୀୟୂଷ ଗୋୟଲ, ଧର୍ମେନ୍ଦ୍ର ପ୍ରଧାନ, ନରେନ୍ଦ୍ର ସିଂ ତୋମାର, ପ୍ରକାଶ ଜାଭଡେକର ମନ୍ତ୍ରିମଣ୍ଡଳରେ ସ୍ଥାନ ବଜାୟ ରଖିପାରନ୍ତି। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ହରାଇଥିବା ଇରାନୀଙ୍କୁ ପ୍ରମୁଖ ବିଭାଗ ମିଳିପାରେ ବୋଲି ଚର୍ଚ୍ଚା ହେଉଛି। ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ସ୍ବାସ୍ଥ୍ୟଗତ କାରଣରୁ ମନ୍ତ୍ରିମଣ୍ଡଳରେ ସାମିଲ ହେବେ ନାହିଁ ବୋଲି ମୋଦିଙ୍କୁ ପତ୍ର ଲେଖି ଜଣାଇଥିବାବେଳେ ତାଙ୍କୁ ନିଷ୍ପତ୍ତିରେ ପରିବର୍ତ୍ତନ ଲାଗି ଅନୁରୋଧ କରାଯାଇପାରେ ବୋଲି ଜଣାପଡିଛି। ମୋଦି ବୁଧବାର ରାତିରେ ଜେଟଲୀଙ୍କ ସରକାରୀ ବାସଭବନକୁ ଯାଇ ଆଲୋଚନା କରିଛନ୍ତି। ତେବେ ସେମାନଙ୍କ ମଧ୍ୟରେ କ’ଣ ଆଲୋଚନା ହୋଇଛି ତାହା ଜଣାପଡିନାହିଁ। ପଶ୍ଚିମବଙ୍ଗ, ଓଡିଶା ଓ ତେଲେଙ୍ଗାନାରେ ଭାଜପାର ଶକ୍ତି ବୃଦ୍ଧି ହୋଇଥିବାରୁ ଉକ୍ତ ରାଜ୍ୟରୁ ଅଧିକ ଏମ୍‌ପି ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବା ଆଶା କରାଯାଉଛି। ସେହିପରି ସହଯୋଗୀ ଜେଡିୟୁ ଏବଂ ଶିବସେନାକୁ ଦୁଇଟି ଲେଖାଏ ଏବଂ ଏଲ୍‌ଜେପି, ଏସ୍‌ଏଡି ଏବଂ ଏଆଇଏଡିଏମ୍‌କେକୁ ଗୋଟିଏ ଲେଖାଏ ମନ୍ତ୍ରୀପଦ ମିଳିପାରେ। ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେଙ୍କୁ ବହିର୍ବ୍ୟାପାର ଏବଂ ସ୍ମୃତି ଇରାନୀଙ୍କୁ ପ୍ରତିରକ୍ଷା ମିଳିପାରେ ବୋଲି ଶୁଣିବାକୁ ମିଳୁଛି। ସେହିପରି ବରିଷ୍ଠ ଭାଜପା ନେତା ଶିବରାଜ ସିଂ ଚୌହାନଙ୍କୁ କୃଷିମନ୍ତ୍ରୀ କରାଯାଇପାରେ। ଅମିତ ଶାହ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ତାଙ୍କୁ ସ୍ବରାଷ୍ଟ୍ର, ପ୍ରତିରକ୍ଷା କିମ୍ବା ଅର୍ଥ ମନ୍ତ୍ରଣାଳୟ ମିଳିପାରେ ବୋଲି ମଧ୍ୟ କଳ୍ପନାଜଳ୍ପନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri