କଂଗ୍ରେସର ଭାରତ ବଞ୍ଚାଓ ସମାବେଶ: ଆଜି ଦିଲ୍ଲୀ ଯିବେ ଓଡ଼ିଶା ନେତା, କର୍ମୀ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଦଳର ଗୋଟିଏ ବଡ଼ ଗୋଷ୍ଠୀ ବର୍ତ୍ତମାନ ସକ୍ରିୟ ହୋଇଯାଇଥିବା ଜଣାପଡ଼ିଛି। ସୋମବାର ଗୋଟିଏ ବଡ଼ ଗୋଷ୍ଠୀ ସୋନିଆଙ୍କୁ ଭେଟି ପିସିସି ସଭାପତି ବିରୋଧୀ ମନ୍ତବ୍ୟ ରଖିଥିବା ଜଣାପଡିଛି। ନିଜ ଆସନକୁ ସୁରକ୍ଷିତ ରଖିବା ପାଇଁ ନିରଞ୍ଜନ ମଧ୍ୟ ପ୍ରସ୍ତୁତ ହେଉଥିବା କୁହାଯାଉଛି। ଏ ପରିସ୍ଥିତିରେ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଦିଲ୍ଲୀର ରାମଲୀଳା ମଇଦାନରେ ଭାରତ ବଞ୍ଚାଓ ସମାବେଶ ଆସନ୍ତା ୧୪ ତାରିଖରେ ଆୟୋଜନ ହେବାକୁ ଯାଉଛି। ଏହି ସମାବେଶରେ ପ୍ରାୟ ୧୦୦୦ରୁ ଅଧିକ ଲୋକଙ୍କୁ ସାଙ୍ଗରେ ନେବା ପାଇଁ ନିରଞ୍ଜନ ଯୋଜନା ରଖିଛନ୍ତି। ହେଲେ ନିଜ ହାତରୁ ଯିବାଆସିବା ଭଡ଼ା ଦେଇ ଦିଲ୍ଲୀ ଯିବା ସକାଶେ ପିସିସି ସଭାପତି ଏକ ବ୍ୟବସ୍ଥା କରିଛନ୍ତି। ୧ ହଜାର ଟଙ୍କା ଲେଖାଁଏ କଂଗ୍ରେସ କାର୍ଯ୍ୟାଳୟରେ ଦାଖଲ କରିବା ଲାଗି ଦଳୀୟ ନେତା ଓ କର୍ମୀଙ୍କୁ କୁହାଯାଇଛି। ଏହି ଟଙ୍କା ଆଦାୟ ପଦ୍ଧତିକୁ କଂଗ୍ରେସ ନେତା ଓ କର୍ମୀ ନିନ୍ଦା କରୁଛନ୍ତି। ଅପରପକ୍ଷରେ ବୁଧବାର ଓଡ଼ିଶାରୁ ନେତାମାନେ ନିଜ ନିଜ କର୍ମୀଙ୍କୁ ସାଙ୍ଗରେ ଧରି ଦିଲ୍ଲୀ ଗସ୍ତ କରିବେ। ଆଗୁଆ ପିସିସି ସଭାପତି ଦିଲ୍ଲୀ ଯାଇ ନିଜ କର୍ମୀଙ୍କ ରହିବା ବ୍ୟବସ୍ଥା କରୁଥିବା ଚର୍ଚ୍ଚା ହେଉଛି। ଅପରପକ୍ଷରେ ଏହି ମଉକାରେ ନିରଞ୍ଜନ ନିଜର ଗୋଟିଏ ଗୋଷ୍ଠୀକୁ ସାଙ୍ଗରେ ଧରି ତାଙ୍କ ବିରୋଧରେ ଯାଇଥିବା ଗୋଷ୍ଠୀର କାଉଣ୍ଟର ଦେବେ ବୋଲି ଚାରିଆଡ଼େ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri