ପିଜି ପାଠ୍ୟକ୍ରମ ପାଇଁ ଏକକ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଏଣିକି ପିଜି ପାଠ୍ୟକ୍ରମରେ ନାମ ଲେଖାଇବାକୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ପକ୍ଷରୁ ପୃଥକ୍‌ ଭାବେ ପ୍ରବେଶିକା ପରୀକ୍ଷା ବଦଳରେ ଏକକ ପ୍ରବେଶିକା ପରୀକ୍ଷା କରାଯିବ। ଏହି ପ୍ରବେଶିକା ପରୀକ୍ଷାର ମେଧା ତାଲିକା ଅନୁଯାୟୀ ପ୍ରାର୍ଥୀମାନେ ବିଶ୍ବବିଦ୍ୟାଳୟରେ ନାମ ଲେଖାଇପାରିବେ। ଏହାସହ ବିଶ୍ବବିଦ୍ୟାଳୟ ପକ୍ଷରୁ ମଡେଲ୍‌ ପ୍ରଶ୍ନ ବ୍ୟାଙ୍କ୍‌ ପ୍ରସ୍ତୁତ କରାଯିବ। ମଙ୍ଗଳବାର ଇମେଜ୍‌ଠାରେ ଆୟୋଜିତ ବିଶ୍ୱବିଦ୍ୟାଳୟ କୁଳପତି ସମ୍ମିଳନୀରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଉଚ୍ଚଶିକ୍ଷା କ୍ଷେତ୍ରରେ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିବା ପରିପ୍ରେକ୍ଷୀରେ ସମସ୍ତ ପରୀକ୍ଷା ଠିକ୍‌ ସମୟରେ କରାଯାଇ ଧାର୍ଯ୍ୟ ସମୟ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ବିଶ୍ବବିଦ୍ୟାଳୟଗୁଡ଼ିକ ଯୁକ୍ତ୩ ପରୀକ୍ଷା ନିର୍ଘଣ୍ଟ ପ୍ରସ୍ତୁତ କରି ପରୀକ୍ଷାଫଳ ପ୍ରକାଶ କରିବା ତାରିଖ ଚୂଡ଼ାନ୍ତ କରି ଆସନ୍ତା ୭ ଦିନ ମଧ୍ୟରେ ବିଭାଗକୁ ଜଣାଇବେ। ଏହି କ୍ରମରେ ସମସ୍ତ ଯୁକ୍ତ୩ ପରୀକ୍ଷାଫଳ ଜୁନ୍‌ ୧୫ ସୁଦ୍ଧା ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି। ଖୁବ୍‌ଶୀଘ୍ର ଶିକ୍ଷକ ଓ ଅଣଶିକ୍ଷକ ପଦବୀ ପୂରଣ କରାଯିବ। ଏଥିପାଇଁ ଷ୍ଟାଫ୍‌ ସିଲେକ୍ସନ ବୋର୍ଡକୁ ପ୍ରକ୍ରିୟା ଆରମ୍ଭ କରିବାକୁ କୁହାଯାଇଥିବା ମନ୍ତ୍ରୀ କହିଛନ୍ତି।
ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଯେପରି ଅଧିକରୁ ଅଧିକ ପିଏଚ୍‌ଡି ରେଜିଷ୍ଟ୍ରେଶନ୍‌ ଓ ଗବେଷଣାତ୍ମକ ଲେଖା ପ୍ରକାଶ ପାଇବ ସେ ଦିଗରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ସାହୁ ପରାମର୍ଶ ଦେଇଥିଲେ। ଏବେ ସବୁ ମହାବିଦ୍ୟାଳୟରେ ପ୍ରୋକ୍ଟରିଆଲ୍‌ କ୍ଲାସ୍‌ ଆରମ୍ଭ କରାଯାଇଥିବା ବେଳେ ଅଧ୍ୟାପକମାନେ ମେଣ୍ଟର୍‌ ଭାବେ ଛାତ୍ରୀଛାତ୍ରଙ୍କ ଦାୟିତ୍ବରେ ରହିବେ। ପରୀକ୍ଷାରେ ସ୍ବଚ୍ଛତା ଅବଲମ୍ବନ ନିମନ୍ତେ ସମସ୍ତ ପରୀକ୍ଷା ଖାତାକୁ କୋଡ଼ିଂ କରାଯିବ ବୋଲି ସେ କହିଛନ୍ତି। ଏବେ ସାର୍ଟିଫିକେଟ୍‌ଗୁଡ଼ିକ ଅନ୍‌ଲାଇନ୍‌ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଉପଲବ୍ଧ କରାଇବା ନିମନ୍ତେ ବିହିତ ପଦକ୍ଷେପ ନିଆଯାଉଛି। ଏହାସହ ବିଶ୍ବବିଦ୍ୟାଳୟର ଛାତ୍ରୀଛାତ୍ର, ଅଧ୍ୟାପକମାନଙ୍କ ଡାଟାବେସ୍‌କୁ ଡିଜିଟାଲ୍‌ କରିବା ଦିଗରେ ପଦକ୍ଷେପ ନିଆଯାଉଥିବା ମନ୍ତ୍ରୀ ସାହୁ ସୂଚନା ଦେଇଛନ୍ତି। ଏହାବ୍ୟତୀତ ବୈଠକରେ ବିଶ୍ବବିଦ୍ୟାଳୟ ଭିତ୍ତିଭୂମିର ଉନ୍ନତି ନିମନ୍ତେ ରୁସା ପାଣ୍ଠିର ବିନିଯୋଗ କରି ଧାର୍ଯ୍ୟ ସମୟ ମଧ୍ୟରେ ୟୁସି ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଶ୍ବତ ମିଶ୍ର, ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସ, ଓଡ଼ିଶାର ସମସ୍ତ ବିଶ୍ବବିଦ୍ୟାଳୟର କୁଳପତି, ରେଜିଷ୍ଟ୍ରାର, ପରୀକ୍ଷା ନିୟନ୍ତ୍ରକ ଓ ବିତ୍ତ ନିୟନ୍ତ୍ରକମାନେ ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri