Posted inଖେଳ

ପୃଥ୍ବୀଙ୍କ ଦ୍ୱିଶତକ

ବଦୋଦରା,୧୧।୧୨- ଭାରତୀୟ ଦଳ ପାଇଁ ଟେଷ୍ଟ ଖେଳିସାରିଥିବା ପୃଥ୍ବୀ ଶ’ ସମ୍ପୂର୍ଣ୍ଣ ଷ୍ଟାଇଲରେ ଘରୋଇ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ବରୋଦା ବିପକ୍ଷରେ ଚାଲିଥିବା ରଣଜୀ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ପୃଥ୍ବୀ ବିସ୍ଫୋରକ ଦ୍ୱିଶତକ ହାସଲ କରିଛନ୍ତି। ମାତ୍ର ୧୭୯ ବଲ ଖେଳି ସେ ୨୦୨ ରନ୍‌ର ଇନିଂସ ଖେଳିଛନ୍ତି। ତାଙ୍କ ଇନିଂସରେ ୧୯ ଚୌକା ଓ ୭ ଛକା ସାମିଲ ଥିଲା। ଏହା ତାଙ୍କ ପ୍ରଥମ ଶ୍ରେଣୀ କ୍ୟାରିୟରର ପ୍ରଥମ ଦ୍ୱିଶତକ। ମ୍ୟାଚ୍‌ର ପ୍ରଥମ ଇନିଂସରେ ମଧ୍ୟ ଡାହାଣ ହାତୀ ବ୍ୟାଟ୍ସaମ୍ୟାନ ବିସ୍ଫୋରକ ବ୍ୟାଟିଂ କରିଥିଲେ। ୬୧ବଲରେ ୧୨ ଚୌକା ଓ ଏକ ଛକା ସହାୟତାରେ ୬୬ ରନ୍‌ର ଇନିଂସ ଖେଳିଥିଲେ। ମ୍ୟାଚ୍‌ ୩ୟ ଦିନ ଚା’ ପାନ ବିରତି ସୁଦ୍ଧା ମୁମ୍ବାଇ ଦ୍ୱିତୀୟ ଇନିଂସରେ ୪ ଉଇକେଟ ହରାଇ ୪୦୯ ରନ୍‌ କରିଛି। ପ୍ରଥମ ଇନିଂସରେ ମୁମ୍ବାଇ ୪୩୧ ରନ୍‌ କରିଥିବାବେଳେ ଘରୋଇ ବରୋଦା ୩୦୭ ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। ପ୍ରଥମ ଇନିଂସରେ ୧୨୪ ରନ୍‌ରେ ଅଗ୍ରଣୀ ହାସଲ କରିଥିବା ମୁମ୍ବାଇ ଏବେ ୫୩୩ ରନ୍‌ରେ ଆଗରେ ରହିଛି। ଉଲ୍ଲେଖଥାଉ କି, ପୃଥ୍ବୀ ଡୋପ ଟେଷ୍ଟରେ ବିଫଳ ହୋଇ ବିସିସିଆଇ ଦ୍ୱାରା ୮ ମାସ ପାଇଁ ବାସନ୍ଦ ହୋଇଥିଲେ। ବାସନ୍ଦାଦେଶ ଶେଷ କରିବା ପରେ ସେ ମୁମ୍ବାଇ ପାଇଁ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ଅନ୍ତିମ ଦୁଇ ଲିଗ୍‌ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଦଳ ଚୟନରେ ଏଆଇ ବ୍ୟବହାର କରୁଛି ଇଂଲଣ୍ଡ’

ଲଣ୍ଡନ,୫୫: ମହିଳା କ୍ରିକେଟ ଦଳ ଚୟନରେ ଇଂଲଣ୍ଡ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରୁଛି ବୋଲି କହିଛନ୍ତି କୋଚ୍‌ ଜନ୍‌ ଲୁଇସ୍‌। ଚୂଡାନ୍ତ ଏକାଦଶ ଚୟନ...

ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…

ଲକ୍ଷ୍ନୌ, ୫ା୫: ପେସ୍‌ ସେନ୍‌ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍‌ ଜଷ୍ଟିନ ଲାଙ୍ଗର...

ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ...

‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’

ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍‌ ଖେଳୁଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି।...

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ...

ଇଣ୍ଡିଆନ୍‌ ସୁପର ଲିଗ୍‌: ମୁମ୍ବାଇ ସିଟି ଏଫ୍‌ସି ଚାମ୍ପିୟନ

କୋଲକାତା,୪ା୫: ଇଣ୍ଡିଆନ୍‌ ସୁପର ଲିଗ(ଆଇଏସ୍‌ଏଲ୍‌)ର ଦଶମ ସଂସ୍କରଣରେ ଡିଫେଣ୍ଡିଂ ଚାମ୍ପିୟନ ମୋହନ ବାଗାନ ସୁପର ଜାଏଣ୍ଟ୍ସକୁ ୩-୧ରେ ହରାଇ ଟାଇଟଲ ହାସଲ କରିଛି ମୁମ୍ବାଇ ସିଟି...

ପାଣ୍ଡ୍ୟା-ବୁମ୍‌ରାଙ୍କୁ ଛାଡ଼ନ୍ତୁ, ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…

ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍‌ରେ ଜୁନ୍‌ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ପ୍ରଥମ ମ୍ୟାଚ୍‌ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri