ରାଜ୍ୟରେ ଚାଲିଛି ୩୬ ରେଳ ପ୍ରକଳ୍ପ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶାରେ ବର୍ତ୍ତମାନ ୩୬ ରେଳ ପ୍ରକଳ୍ପ ରହିଛି। କେତେକ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବାବେଳେ ଆଉକିଛି ବିଭିନ୍ନ ଅନୁମତି ଅପେକ୍ଷାରେ ରହିଛି। ସେହିଭଳି କେତେକ ପ୍ରକଳ୍ପର ଯୋଜନା ପ୍ରସ୍ତୁତ ହୋଇସାରିଛି। ଜମି ଅଧିଗ୍ରହଣ ସମସ୍ୟା, ଜଙ୍ଗଲ ବିଭାଗର ଅନୁମତି ମିଳିବାରେ ବିଳମ୍ବ, ଆଇନଶୃଙ୍ଖଳା ତଥା ଜଳବାୟୁର ପ୍ରତିକୂଳ ସ୍ଥିତି ପ୍ରକଳ୍ପ କାର୍ଯ୍ୟରେ ବାଧକ ସାଜୁଛି। ତେଣୁ ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ସରୁନି କି ଆଗେଇ ପାରୁନି ବୋଲି ବୁଧବାର ଲୋକସଭାରେ ରେଳମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି।

ଓଡ଼ିଶାରେ ବିଭିନ୍ନ ରେଳ ପ୍ରକଳ୍ପ କାମ ବିଳମ୍ବ ହେବାର କାରଣ, ବର୍ତ୍ତମାନର ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜାଣିବାକୁ ଚାହିଁଥିଲେ ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂ ଦେଓ। ଏହାର ଉତ୍ତରରଖି ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୪ ହଜାର ୫୬୭ କି.ମି. ରେଲ୍‌ଓ୍ବେ ଲାଇନ ବିଛାଇବା ପାଇଁ ୪୯ ହଜାର ୯୮୪ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏଥିରେ ୧୨୬୯ କି.ମି.ର ୧୦ ଲାଇନ୍‌ ରହିଛି। ଏହାର ବ୍ୟୟ ଅଟକଳ ୧୬ ହଜାର ୫୯୮ କୋଟି ଟଙ୍କା ରହିଛି। ଏଥିରୁ ୮୦ କି.ମି. କାର୍ଯ୍ୟ ସରିଥିବାବେଳେ ୪୨୬୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଗଜ୍‌ ପରିବର୍ତ୍ତନ ପାଇଁ ୧୪୦ କି.ମି. ମଧ୍ୟରୁ ୯୦ କି.ମି. କାର୍ଯ୍ୟ ସରିଛି ଓ ୧୯୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ୩୧୫୯ କି.ମି. ଦୋହରୀକରଣ ପାଇଁ ୨୫ ପ୍ରକଳ୍ପରେ ୩୨ ହଜାର ୩୭ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏଥିରୁ ୪୯୪ କି.ମି. କାର୍ଯ୍ୟ ସରିଥିବାବେଳେ ୮ହଜାର ୨୪୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପରେ ଅତିରିକ୍ତ ୩୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ୨୮୯ କି.ମି.ର ଏହି ପ୍ରକଳ୍ପକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି। ଶୂନରୁ ୧୧୨ କି.ମି କାର୍ଯ୍ୟ ପାଇଁ ରେଲ୍‌ଓ୍ବେ ଖର୍ଚ୍ଚ କରୁଛି। ୧୧୨ କି.ମି.ରୁ ୨୮୯ କି.ମି. ପର୍ଯ୍ୟନ୍ତ ଉଭୟ ରାଜ୍ୟ ସରକାର ଓ ରେଲ୍‌ଓ୍ବେ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଏଥିପାଇଁ ରାଜ୍ୟ ସରକାର ମାଗଣାରେ ଜମି ଯୋଗାଇବା ସହ ନିର୍ମାଣ କାର୍ଯ୍ୟର ୫୦ ପ୍ରତିଶତ ଖର୍ଚ୍ଚ ବହନ କରୁଛନ୍ତି। ଏହି ପ୍ରକଳ୍ପରୁ ବର୍ତ୍ତମାନ ସୁଦ୍ଧା ୯୨ କି.ମି. ସମ୍ପୂର୍ଣ୍ଣ ହୋଇଛି ଓ ୧୩୨୭.୦୯ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ବଳକା କାର୍ଯ୍ୟ ପାଇଁ ଜମି ଅଧିଗ୍ରହଣ ଓ ଜଙ୍ଗଲ ବିଭାଗ ଅନୁମତି ସହ ସନ୍ତୁଳନ ରକ୍ଷା କରି କାମ ଚାଲୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri