‘ନଦୀ ସୁରକ୍ଷିତ ରହିଲେ ଜୀବଜଗତ ବଞ୍ଚିରହିବ’

ଭୁବନ,୧୨।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଭୁବନ ବନାଞ୍ଚଳ ପକ୍ଷରୁ ଗୁରୁବାର ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆୟୋଜିତ ସବୁଜ ମହାନଦୀ ମିଶନର ବ୍ରାହ୍ମଣୀ ସେବାଯାତ୍ରା ଶୁଭାରମ୍ଭ ହୋଇଛି। ଏହି ବ୍ରାହ୍ମଣୀ ସେବାଯାତ୍ରାକୁ ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଛନ୍ତି। ଭୁବନ ତହସିଲଦାର ଶକ୍ତିକାନ୍ତ ରାଏ, ବିଡିଓ ଆଶୀର୍ବାଦ ପରିଡ଼ା ଓ ବ୍ଲକ କଳା ସଂସ୍କୃତି ବିଭାଗର ଉପ ସଭାପତି ଅଶୋକ କୁମାର ସାମଲ ଅତିଥି ଭାବେ ଯୋଗଦେଇ ନଦୀ ସୁରକ୍ଷା ରହିଲେ ବୃକ୍ଷଲତା ଓ ଜୀବଜଗତ ବଞ୍ଚି ରହିବା ସାଙ୍ଗକୁ ମନୁଷ୍ୟ ସମସ୍ତ ସୁବିଧା ସୁଯୋଗ ପାଇପାରିବେ ବୋଲି କହିଥିଲେ। ଏହି ଅବସରରେ ସମସ୍ତ ଅତିଥି ଓ ବନବିଭାଗ କର୍ମଚାରୀମାନେ ଏକ ରାଲିରେ ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲେ। ବିଶେଷକରି ନୀଳକଣ୍ଠପୁର, ଭୁଷଳ, ଚଣ୍ଡିପାଳ, ଜୟପୁର, ମାର୍ଥାପୁର ଓ ଭୈରୀପୁର ଅଞ୍ଚଳରେ ଦାଶକାଠିଆ ମାଧ୍ୟମରେ ପଥପ୍ରାନ୍ତ ସଭା କରି ସଚେତନତା ସୃଷ୍ଟି କରିଥିଲେ। ଏହି କାର୍ଯ୍ୟକ୍ରମକୁ ଭୁବନ ରେଞ୍ଜର ଅନୀତା ସେଠୀ ପରିଚାଳନା କରିଥିବା ବେଳେ ଡେପୁଟି ରେଞ୍ଜର ଗୌତମ ପ୍ରଧାନ, ଫରେଷ୍ଟର କବିତା ବିଶାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri