ଆଜିଠୁ ୫-ଟିରେ ସାମିଲ ହେଲା କୃଷି ବିଭାଗ: ଚାଷୀଙ୍କ ସହ ବ୍ୟକ୍ତିଗତ ଭାବେ କଥା ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟିରେ ଗୁରୁବାର ସାମିଲ ହୋଇଛି କୃଷି ଓ କୃଷକ ସଶକ୍ତିକରଣ ବିଭାଗ। ଏହି ଅବସରରେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଚାଷ ଓ ଚାଷୀଙ୍କ ଉପରେ ସରକାର ବିଶେଷ ଗୁରୁତ୍ୱ ଦେଇଆସୁଛନ୍ତି। ଏବେ କୃଷି ବିଭାଗ ମୋ’ ସରକାରରେ ସାମିଲ ହେବା ଚାଷୀମାନଙ୍କ ସଶକ୍ତିକରଣ ପାଇଁ ବଳିଷ୍ଠ ପଦକ୍ଷେପ। ଚାଷୀଙ୍କ ଉନ୍ନତି ପାଇଁ କୃଷି ବିଭାଗ କର୍ମଚାରୀ ଓ ଅଧିକାରୀମାନେ ନିଷ୍ଠାର ସହ କାର୍ଯ୍ୟ କରିବା ଉଚିତ। ତେବେ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଥିବା ସେବା ସମ୍ପର୍କରେ ସେ ନିଜେ ବ୍ୟକ୍ତିଗତ ଭାବେ ଫୋନ କରି ପଚାରି ବୁଝିବେ। ଯଦି ଚାଷୀଙ୍କ ପ୍ରତିକ୍ରିୟା ଭଲ ରହେ ତେବେ କର୍ମଚାରୀମାନଙ୍କୁ ପ୍ରଶଂସାପତ୍ର ସହ ପ୍ରୋତ୍ସାହନ ଦିଆଯିବ। ଅପରପକ୍ଷେ ନକରାତ୍ମକ ପ୍ରତିକ୍ରିୟା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।

ଏନେଇ ପ୍ରତିକ୍ରିୟା ରଖି କୃଷି ସଚିବ ସୌରଭ ଗର୍ଗ କହିଛନ୍ତି, ଆଜିଠାରୁ ୫ଟି ଅଧୀନରେ କୃଷି ବିଭାଗ କାର୍ଯ୍ୟ କରିବ। ଚାଷୀମାନଙ୍କ ଅଭିଯୋଗର ସମାଧାନ କରାଯିବ। ପରେ ଚାଷୀମାନଙ୍କ ଫିଡ୍‌ବ୍ୟାକ୍‌ ଗ୍ରହଣ କରାଯିବ। ପୋଖରୀ ଖନନ କରାଯାଇ ଚାଷୀଙ୍କୁ ସ୍ବାବଲମ୍ବି କରାଯିବ। ଚାଷୀମାନଙ୍କ ଆୟ ଦ୍ୱିଗୁଣିତ କରିବାକୁ ଲକ୍ଷ୍ୟ ରହିଛି। କାଳିଆ ଗ୍ରିଭାନ୍ସ ପୋର୍ଟାଲରେ ଅଭିଯୋଗ ଚାଷୀ ଦାଖଲ କରିପାରିବେ ବୋଲି ସେ କହିଛନ୍ତି।

କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ ସାହୁ, ବିଭାଗୀୟ ଉପଦେଷ୍ଟା, ମୁଖ୍ୟ ଶାସନ ସଚିବ, ବରିଷ୍ଠ ପଦାଧିକାରୀ ଓ ଭିଡିଓ କନ୍‌ଫରେନ୍ସିଂରେ ୩୦ଜିଲାର ଜିଲାପାଳ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri