ବ୍ରହ୍ମପୁର ଅଫିସ,୧୩ା୧୨- ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରାଯାଇଥିଲା। ପୋଲିସ ଅଭିଯୁକ୍ତ ବି. ବୁଲା ଦୋରାଙ୍କୁ ଧରିପାରି ନ ଥିବା ବେଳେ ଗୁରୁବାର ସେ ଏସ୍ଡ଼ିଜେଏମ୍ଙ୍କ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ତାଙ୍କ ଜାମିନ ଆବେଦନକୁ ଏସ୍ଡ଼ିଜେଏମ୍ ଖାରଜ କରି ଦେଇଥିଲେ। ପରେ ଅଭିଯୁକ୍ତ ବୁଲାଙ୍କୁ ବିଚାର ବିଭାଗ ହାଜତକୁ ପଠାଇ ଦିଆଯାଇଛି। ଅନ୍ୟପଟେ ଏହି ହତ୍ୟା ଘଟଣାର ଅଧିକ ତଥ୍ୟ ହାସଲ କରିବା ପାଇଁ ରେଳବିଭାଗ ପୋଲିସ (ଜିଆରପି) ଅଭିଯୁକ୍ତ ବୁଲାଙ୍କୁ ୩ ଦିନ ରିମାଣ୍ଡରେ ଆଣିବ ବୋଲି ଜିଆରପି ଏସ୍ଡ଼ିଆରପିଓ ଚନ୍ଦ୍ର ଶେଖର ସାହୁ ସୂଚନା ଦେଇଛନ୍ତି। ଘଟଣାରୁ ପ୍ରକାଶ, ରେଳଷ୍ଟେଶନ ନିକଟରେ ଥିବା ଅନ୍ନପୂର୍ଣ୍ଣା ହୋଟେଲ ମାଲିକଙ୍କ ପୁଅ ଅନିଲ ପଣ୍ଡାଙ୍କୁ ଗତ ୩ ତାରିଖ ରାତିରେ ୪ନଂ. ପ୍ଲାଟଫର୍ମ ନିକଟରେ ହତ୍ୟା କରାଯାଇଥିଲା। ରେଳରେ ଯାତ୍ରୀଙ୍କ ଖାଦ୍ୟ ଯୋଗାଣକୁ କେନ୍ଦ୍ରକରି ଷ୍ଟେଶନରେ ହକର ଭାବେ କାମ କରୁଥିବା ବୁଲା ଗତ ୩ ତାରିଖ ରାତି ପ୍ରାୟ ସାଢ଼େ ୯ଟା ବେଳେ ଅନିଲ ପଣ୍ଡାଙ୍କ ଗଳା କାଟି ହତ୍ୟା କରିଥିଲେ ବୋଲି ପୋଲିସ କହିଥିଲା। ଜିଆରପି ପୋଲିସ ଏନେଇ ନଂ.୧୨୦/୧୯ରେ ଏକ ହତ୍ୟା ମାମଲା ରୁଜୁ କରିଥିଲା। ଅଭିଯୁକ୍ତଙ୍କୁ ଧରିବା ପାଇଁ ଜିଆରପି ୨ଟି ଟିମ ଗଠନ କରିଥିଲା। ହେଲେ ଅଭିଯୁକ୍ତଙ୍କ ଟେର ପାଇପାରି ନ ଥିଲା। ଘଟଣା ପରେ ଅଭିଯୁକ୍ତଙ୍କ କେତେକ ସମ୍ପର୍କୀୟଙ୍କୁ ପୋଲିସ ଥାନାରେ ଅଟକ ରଖି ଜେରା ଚଳାଇଥିଲା। ଅନ୍ୟପଟେ କୋର୍ଟରେ ବୁଲା ଆତ୍ମସମର୍ପଣ କରିବା ନେଇ ପୋଲିସ ଆଗୁଆ ସୂଚନା ପାଇ କୋର୍ଟ ପରିସରରେ ସାଦା ପୋଷାକରେ ପାଇଁତରା ମାରୁଥିଲା। ହେଲେ ଗୁରୁବାର ପୋଲିସକୁ ଚକମା ଦେଇ ହତ୍ୟାକାରୀ ବୁଲା ତାଙ୍କ ଆଇନଜୀବୀଙ୍କ ଜରିଆରେ କୋର୍ଟରେ ଆତ୍ମସମର୍ପଣ କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା
ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...
Archives


