କଫ ସିରପ କାରବାରରୁ ଅପହରଣ: ୧୧ ଅଭିଯୁକ୍ତଙ୍କୁ ଗିରଫ କଲା ବରଗଡ଼ ପୋଲିସ

ବରଗଡ଼ ଅଫିସ, ୧୪।୧୨: ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରୁ କଫ ସିରପ୍‌ କାରବାରରୁ ଉପୁଜିଥିବା ବିବାଦରୁ ୩ଜଣଙ୍କୁ ଅପହରଣ ଓ ମୁଣ୍ଡଜାମିନ ରଖି ଟଙ୍କା ଦାବି କରିବା ଅଭିଯୋଗରେ ପୋଲିସ ୧୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରପାଲିର ଶେଖ ଅପସରା, କାଳିଆ ବାଗ, ରାଜୁ ମେହେର, ସୁରଜ ଦାଶ, ଡୁମେରମୁଣ୍ଡାର ଜୟ ପ୍ରଧାନ, ସୋହେଲାର ଜିତେନ୍ଦ୍ର ସିଂ ଠାକୁର, ପିପିଲିପାଲିର ଦ୍ବାରିକା ପ୍ରସାଦ ସାହୁ, ଜଗପତି ସାହୁ, ଡୁମେରପାଲିର ପ୍ରଦୀପ ସାହୁ, ଜମିଦାରପଡାର ରଞ୍ଜନ ପ୍ରଧାନ ଏବଂ ସାହାଜବାହାଲର ସତ୍ୟମ ଦୋରା। ସେମାନଙ୍କ ପାଖରୁ ୩ଟି ଚାରି ଚକିଆ ଗାଡି, ୨ଟି ବାଇକ୍‌, ୧୧ଟି ମୋବାଇଲ ଏବଂ ଗୋଟିଏ ଖେଳଣା ବନ୍ଧୁକ ଜବତ କରାଯାଇଛି।

ବରଗଡ଼ ଜିଲା ପୋଲିସ ମୁଖ୍ୟାଳୟରେ ସମ୍ମିଳନୀ କକ୍ଷରେ ଶନିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇ ଏସ୍‌ପି ପଦ୍ମିନୀ ସାହୁ କହିଥିଲେ, ଗତ ୧୨ ତାରିଖ ଦିନ ଉପରୋକ୍ତ ଅଭିଯୁକ୍ତମାନେ ପଦ୍ମପୁର ଅଞ୍ଚଳରୁ ଜଣେ ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ପୁଅ ଅମର ପ୍ରସାଦ ସେଠୀ, ସୁଶାନ୍ତ ବାଗ ଏବଂ କ୍ଷୀରୋଦ ସାହୁଙ୍କୁ ଅପହରଣ କରି ନେଇଥିଲେ । ସେମାନଙ୍କୁ ଗୋପନୀୟ ସ୍ଥାନରେ ରଖି ଅମର ଓ କ୍ଷୀରୋଦଙ୍କ ବାପାଙ୍କୁ ଫୋନରେ ଯଥାକ୍ରମେ ଦେଢଲକ୍ଷ ଏବଂ ଦୁଇ ଲକ୍ଷ ଟଙ୍କା ଦାବି କରିଥିଲେ। ଦାବି ମୁତାବକ ଟଙ୍କା ନ ଦେଲେ ସେମାନଙ୍କୁ ମାରି ଦେବା ପାଇଁ ଧମକ ଦେଇଥିଲେ। ଏ ନେଇ ସେମାନଙ୍କ ପରିବାର ଲୋକେ ପୋଲିସକୁ ଫୋନରେ ଜଣାଇଥିଲେ ଏବଂ ବରପାଲି ଅଞ୍ଚଳରୁ ପୋଲିସ ଅପହୃତଙ୍କୁ ଉଦ୍ଧାର କରିବା ସହିତ ଉପରୋକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ତେବେ କଫ ସିରପ୍‌ କାରବାରରୁ ଅଭିଯୁକ୍ତମାନେ ଏଭଳି ଅପହରଣ ସହିତ ମୁଣ୍ଡଜାମିନ ରଖି ଟଙ୍କା ଦାବି କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ଏସପି ସାହୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri