ରେଲୱେ ଜାଗାରୁ ଜବରଦଖଲ ଉଚ୍ଛେଦ: ଜୀବିକା ହରାଇଲେ ୩୦ ବ୍ୟବସାୟୀ

ରୂପ୍‌ସା, ୧୪।୧୨(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳ ଜଙ୍କଶନଠାରେ ଥିବା ରେଲୱେ ଜାଗାରୁ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଷ୍ଟେଶନ ସମ୍ମୁଖ ଏବଂ ଉତ୍ତର-କେବିନଠାରେ ଥିବା ୩୦ଜଣ ବ୍ୟବସାୟୀଙ୍କ ଦୋକାନ କେବିନ ଓ ଅସ୍ଥାୟୀ ଗୃହକୁ ଜେସିବି ଯୋଗେ ଭାଙ୍ଗି ଦିଆଯାଇଛି। ଫଳରେ ଜଳଖିଆ, ଚା’, ପାନ, ତେଲଭାଜି, ଟେଲରିଂ, ସେଲୁନ, ଲଣ୍ଡ୍ରି ଓ ସାଇକେଲ ମରାମତି ଆଦି ଦୋକାନରେ ବ୍ୟବସାୟ କରି ଗୁଜୁରାଣ ମେଣ୍ଟାଉଥିବା ୩୦ଜଣ ଦୋକାନୀଙ୍କ ଜୀବିକା ଠପ୍‌ ହୋଇଯାଇଥିବା ବ୍ୟବସାୟୀ ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି। ଦୁର୍ଦ୍ଦିନରେ ଥିବା ଏହି ବ୍ୟବସାୟୀଙ୍କ ପରିବାରର ପେଟପାଟଣା ପାଇଁ ସରକାରଙ୍କ ତରଫରୁ ବନ୍ଦୋବସ୍ତ କରାଯିବାକୁ ସାଧାରଣରେ ଦାବି ହୋଇଛି।
ଦୀର୍ଘଦିନ ଧରି ଏହି ରେଳବାଇ ଜାଗାରେ ସେମାନେ ବ୍ୟବସାୟ ଚଳାଇ ଆସୁଥିଲେ। ରେଳ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଖୁବ୍‌ଶୀଘ୍ର ଷ୍ଟେଶନରେ ପୂର୍ବପଟ ଦେଇ ନୂତନ ଭାବେ ତୃତୀୟ ରେଳଧାରଣା ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ରେଳପଥ ଜେନେରାଲ ମ୍ୟାନେଜର ସଞ୍ଜୟ ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଆରପିଏଫ ଆଇଆଇସି ଜେଏନ୍‌ ମହାପାତ୍ର, ଏସ୍‌ଆଇ ଭଗବାନ ସିଂହ, ରୂପ୍‌ସା ଥାନା ଏଏସ୍‌ଆଇ ନରହରି ମହାଳିକ, ଷ୍ଟେଶନ ମ୍ୟାନେଜର ଶ୍ରୀପତି ରାଉତଙ୍କ ସମେତ ଆରପିଏଫ ଓ ରୂପ୍‌ସା ଥାନା ପୋଲିସ ଫୋର୍ସ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ଏନେଇ ପୂର୍ବରୁ ବିଭାଗ ପକ୍ଷରୁ ସମସ୍ତ ବ୍ୟବସାୟୀଙ୍କୁ ନୋଟିସ୍‌ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri