କୃତୀ ଛାତ୍ରୀଛାତ୍ରଙ୍କୁ ଗଛ ଉପହାର

ସିମୁଳିଆ, ୧୫।୧୨(ଡି.ଏନ.ଏ.)-ସିମୁଳିଆ ବ୍ଲକ ମାର୍କୋଣା ରଘୁନାରାୟଣ ଉଚ୍ଚ ବିଦ୍ୟାଳୟର ୬୪ତମ ବାର୍ଷିକ କ୍ରୀଡ଼ା ଓ ସାଂସ୍କୃତିକ ଉତ୍ସବ ଶନିବାର ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ମୋହନ ଚରଣ ଖିଲାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ପର୍ଯ୍ୟଟନ ମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ଶିକ୍ଷା ଓ କ୍ରୀଡ଼ାର ଉନ୍ନତି ହେଲେ ଶିକ୍ଷାନୁଷ୍ଠାନର ଉନ୍ନତି ଘଟିବ ବୋଲି କହିଥିଲେ। ସମ୍ମାନନୀୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଡ. ମାୟାଧର ସାହୁ ଉଦ୍ଦେଶ୍ୟ ମହତ ରହିଲେ ସବୁକିଛି ସୁନ୍ଦର ହୁଏ ବୋଲି କହିଥିଲେ। ଅନ୍ୟତମ ଅତିଥି ରୂପେ ବିଡିଓ ଡ. ନରହରି ବେହେରା ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ ଇଚ୍ଛାଶକ୍ତି ସଫଳତାର ଶୀର୍ଷରେ ପହଞ୍ଚାଇଥାଏ ଓ ଆମତ୍ ଅନୁଶୀଳନ ହିଁ ପ୍ରକୃତ ଶିକ୍ଷା ବୋଲି କହିଥିଲେ। ଅତିଥି ରୂପେ ଶରତ ଚନ୍ଦ୍ର ମହାପାତ୍ରଙ୍କ ସମେତ ପୂର୍ବତନ ପ୍ରଧାନ ଶିକ୍ଷକ, ଶିକ୍ଷକ ଓ ଶିକ୍ଷାକର୍ମୀ ଯୋଗ ଦେଇଥିଲେ। କ୍ରୀଡ଼ା ଚାମ୍ପିୟନ ରୂପେ ବରିଷ୍ଠ ବିଭାଗରେ ସୁରେନ୍ଦ୍ର ସିଂ ଓ ରଶ୍ମିତା ପରିଡା, କନିଷ୍ଠ ବିଭାଗରେ କାର୍ତ୍ତିକ ପାଢୀ ଓ ସଞ୍ଜିତା ସିଂ ପୁରସ୍କୃତ ହୋଇଥିଲେ। ସେହିପରି କୃତୀ ଛାତ୍ରୀଛାତ୍ର ରୁଦ୍ରାଭିଷେକ ଦାସ, ପ୍ରକୃତି ନାୟକ, ମନୋରଞ୍ଜନ ମହାନ୍ତି ଓ ତପସ୍ବିନୀ ବେହେରାଙ୍କୁ ସମ୍ମାନିତ କରାଯାଇଥିଲା। ବିଭିନ୍ନ ବିଭାଗରେ କୃତୀ ଛାତ୍ରୀଛାତ୍ରମାନଙ୍କୁ ପୁରାତନ ଛାତ୍ର ସଂସଦ ପକ୍ଷରୁ ମାନପତ୍ର, ଅର୍ଥ ରାଶି ସମେତ ଚନ୍ଦନ ଗଛ ପ୍ରଦାନ କରାଯାଇଥିଲା ା ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ପ୍ରଧାନ ଶିକ୍ଷକ ବିବରଣୀ ପାଠ, କ୍ରୀଡ଼ା ଶିକ୍ଷକ ବିଭୁଦତ୍ତ ରଥ ମଞ୍ଚ ସଞ୍ଚାଳନା ଓ ଶିକ୍ଷୟିତ୍ରୀ କାଞ୍ଚନ ମଲିକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri