ଡାକ୍ତର ନିଲମ୍ବନ ପ୍ରତ୍ୟାହାର ଦାବିରେ କାଲିମେଳା ବନ୍ଦ ପାଳନ

କାଲିମେଳା,୧୬।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ତୁରନ୍ତ ପ୍ରତ୍ୟାହାର କରି ପୁନଃନିଯୁକ୍ତି ଦାବି କରି ସୋମବାର କାଲିମେଳାରେ ବନ୍ଦ ପାଳନ କରାଯାଇଛି। ଏଥିସହ ବିଜେଡି, ଭାଜପା ଓ କଂଗ୍ରେସ ଦଳର ସମସ୍ତ ଲୋକପ୍ରତିନିଧି ଓ ଜନସାଧାରଣମାନେ କାଲିମେଳା ବ୍ଲକ ସାମ୍ନାରେ ଧାରଣା ଦେଇଛନ୍ତି l ସୂଚନା ଥାଉକି, ଗତ ୨୯ ତାରିଖ ଦିନ ଜଣେ ସ୍କୁଲ ଛାତ୍ରୀକୁ ମାଡ ମାରିବା ଘଟଣାରେ ଜିଲା ପ୍ରଶାସନ ତଦନ୍ତ କରି ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କୁ ନିଲମ୍ବନ କରିଥିଲେ। କିନ୍ତୁ ଛାତ୍ରୀଙ୍କ ରୋଗର ଲକ୍ଷଣ ଯାହା ଥିଲା ଡାକ୍ତର ସେହି ଚିକିତ୍ସା ପଦ୍ଧତିରେ ଛାତ୍ରୀ ଜଣଙ୍କୁ ଚିକିତ୍ସା କରିଥିଲେ। ପରେ ଛାତ୍ରୀ ଜଣଙ୍କ ୧ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଭଲ ହୋଇ ଘରକୁ ଫେରିଥିଲେ। ଡାକ୍ତରଙ୍କ ନିଳମ୍ବନ ପଛରେ କିଛି ଖଳ ପ୍ରକୃତିର ଲୋକମାନଙ୍କ ହାତ ଥିବା ଆନ୍ଦୋଳନ କରୁଥିବା ବ୍ଲକ ଅଧ୍ୟକ୍ଷ ମଲା ମାଢ଼ି, ବିଧାୟକ ପ୍ରତିନିଧି ଭବାନୀ ଶଙ୍କର ମୂଖାର୍ଜୀଙ୍କ ସହ ଅନ୍ୟ ନେତାମାନେ ଅଭିଯୋଗ କରିଛନ୍ତି।
ଉପସ୍ଥିତ ଲୋକମାନଙ୍କ କହିବା କଥା ଡାକ୍ତର ମଲ୍ଲିକ କାଲିମେଳା ଅଞ୍ଚଳର ଜନସାଧାରଣଙ୍କୁ ୨୪ ଘଣ୍ଟିଆ ଚିକିତ୍ସା ଯୋଗାଇ ଆସୁଛନ୍ତି। ତାଙ୍କ ନାମରେ କୌଣସି ଅଭିଯୋଗ ଆସିନାହିଁ। ତେଣୁ ତୁରନ୍ତ ଜିଲା ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଇ ଡାକ୍ତର ମଲ୍ଲିକଙ୍କୁ ପୁନର୍ବାର ଏଠାରେ ନିଯୁକ୍ତି ଦେବା ପାଇଁ ଆମେ ଧାରଣ ଦେଇଛୁ ବୋଲି ଲୋକମାନେ କହିଛନ୍ତି। ଏହାକୁ ଆଖିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇ କରାଯାଇଛି। ସୋମବାର କାଲିମେଳା ବ୍ଲକରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ତେବେ ଦୋକାନ ବଜାର ବନ୍ଦ ରହିଥିବାବେଳେ ଗାଡିମୋଟର ଚଳାଚଳ ସ୍ବାଭାବିକ ରହିଛି। ଦୋକନ ବଜାର ବନ୍ଦ ହେବା ଯୋଗୁ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସରକାର ତଥା ଜିଲା ପ୍ରଶାସନ ଏଥିପ୍ରତି ଧ୍ୟାନ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri