ଅଚାନକ ସେବାଶ୍ରମରେ ପହଞ୍ଚିଲେ ମନ୍ତ୍ରୀ: ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଲେ

ଦାରିଙ୍ଗବାଡ଼ି,୧୬।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ସ୍ଥାନୀୟ କନ୍ୟାଶ୍ରମରେ ପହଞ୍ଚି ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ପ୍ରଧାନ ସେବକ ଅନୁପସ୍ଥିତିକୁ ନେଇ ଉଦ୍‌ବେଗ ପ୍ରକାଶ କରିବା ସହ ସେବାଶ୍ରମର ଛାତ୍ରୀଙ୍କୁ କିଛି ସମୟ ପାଠ ପଢାଇଥିଲେ। ପରେ ସେ ସରକାରୀ ଉଚ୍ଚ ବିଦ୍ୟାଳୟ ଗସ୍ତ କରି ସେଠାରେ ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ସହ ବିଦ୍ୟାଳୟରେ ଶିକ୍ଷକ ଅଭାବ ଆଦି ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ପରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଗସ୍ତ କରି ଆବଶ୍ୟକ ଶିକ୍ଷକ ଅଭାବ ସହ ବିଭିନ୍ନ ପ୍ରସଙ୍ଗରେ ବିଦ୍ୟାଳୟର ଅଧ୍ୟକ୍ଷ ଶିବ ସେଠୀଙ୍କ ସହ ଆଲୋଚନା କରିଥିଲେ। ସେହିପରି ଦାରିଙ୍ଗବାଡ଼ି ମିନି ଷ୍ଟାଡିୟମର ସଂପ୍ରସାରଣ କାର୍ଯ୍ୟ ପାଇଁ ଅନୁଦାନ ଆସିଥିଲେ ମଧ୍ୟ ତାହା କାର୍ଯ୍ୟ ଆରମ୍ଭରେ ବିଳମ୍ବ ଦେଖାଯାଇଛି । ଏନେଇ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହା ଶୀଘ୍ର କାର୍ଯ୍ୟ ଆରମ୍ଭ କରାଯିବା ସହ ଆବଶ୍ୟକ ଅନୁଦାନ ଦେବାକୁ ବିଧାୟକ ପ୍ରଧାନ ଅନୁରୋଧ କରିଥିଲେ। ମନ୍ତ୍ରୀ ଉକ୍ତ ମିନିଷ୍ଟାଡିୟମ ସ୍ଥଳକୁ ଯାଇ ଦେଖିବା ସହ ସେଠାରେ ଏକ ଉନ୍ନତ ମାନର ଷ୍ଟାଡିୟମ ସହ ଦର୍ଶକ ଗ୍ୟାଲେରି, ପଡ଼ିଆ ସମତଳ କାର୍ଯ୍ୟ କରାଯିବ ବୋଲି କହିଥିଲେ। ମନ୍ତ୍ରୀଙ୍କ ଗସ୍ତ ସମୟରେ ବିଧାୟକ ସାଲୁଗା ପ୍ରଧାନଙ୍କ ସମେତ ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri