ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ଦିଗରୁ ପୋଲିସ ଟିମ ତଦନ୍ତ ଚଳାଇଛି। ଅଭିଯୁକ୍ତକୁ ଧରିବା ଲାଗି ପୋଲିସର ୪ଟି ଟିମ ଗଠନ କରାଯାଇଛି। ଖୋର୍ଦ୍ଧା ପାଖାପାଖି ରାସ୍ତା କଡ଼ରେ ଥିବା ସବୁ ସିସିଟିଭି ଯାଞ୍ଚ କରାଯାଉଛି। ଗୋଟିଏ ସିସିଟିଭିରୁ ସନ୍ଦିଗ୍ଧ ନୟାଗଡ଼ ଆଡ଼କୁ ଯାଉଥିବା ଜଣାପଡୁଥିବା ଖୋର୍ଦ୍ଧା ଏସପି ଅଜୟ ପ୍ରତାପ ସ୍ବାଇଁଙ୍କ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟା ସାଢ଼େ ୬ଟାରେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟ ବଡଶଙ୍ଖସ୍ଥିତ ଏକ ଘରୋଇ କ୍ଲିନିକ ଭିତରେ ୩ ରାଉଣ୍ଡ ଗୁଳି ଫୁଟିଥିଲା। ସେଥିରୁ ୨ଟି ଗୁଳି ଶିଶୁରୋଗ ବିଶେଷଜ୍ଞ ଡା. ମାନସ ଦାସଙ୍କ ପେଟରେ ବାଜିଥିଲା। ଏହି ସମୟରେ ଦୁର୍ବୃତ୍ତଙ୍କୁ ଧରିବାକୁ ଯାଇ ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁ ଓରଫ ସନ୍ତୋଷ ମଧ୍ୟ ଗୁଳିମାଡର ଶିକାର ହୋଇଥିଲେ। ତାଙ୍କର ମଧ୍ୟ ପେଟରେ ଗୁଳି ବାଜିଥିଲା। ସେଠାରେ ଆତଙ୍କ ଖେଳିଯିବା ପରେ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ମାନସ ଓ ସନ୍ତୋଷଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସୋମବାର ସକାଳେ କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ ପ୍ରତିବାଦରେ ସୋମବାର ଖୋର୍ଦ୍ଧାରେ ସବୁ ମେଡିସିନ୍‌ ଷ୍ଟୋର ବନ୍ଦ ରହିଛି। ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ନ କରା ନ ଗଲେ ୧୮ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି କେମିଷ୍ଟ ଡ୍ରଗିଷ୍ଟ ଆସୋସିଏସନ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri