ଧନଞ୍ଜୟନ୍‌ ଦମ୍ପତିଙ୍କୁ ‘ଭରତମୁନୀ ସମ୍ମାନ’

ଭୁବନେଶ୍ୱର, ,୧୭ା୧୨(ବ୍ୟୁରୋ): ଏକାଦଶ ଭରତମୁନୀ ମହୋତ୍ସବ ସୋମବାର ରବୀନ୍ଦ୍ର ମଣ୍ଡପଠାରେ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମୁଖ୍ୟଅତିଥି ଭାବେ ଯୋଗଦେଇ ନାଟ୍ୟଶାସ୍ତ୍ର ପ୍ରଣେତା ଭରତମୁନୀଙ୍କ ଅବଦାନରେ ଗାନ୍ଧର୍ବ କଳା ବିଶ୍ୱମୁଖୀ ହୋଇଛି ବୋଲି ମତବ୍ୟକ୍ତ କରିଛନ୍ତି। ଏଥିରେ ଉଚ୍ଚଶିକ୍ଷା ଓ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଏବଂ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଏହି ଅବସରରେ ବିଶିଷ୍ଟ ଭାରତନାଟ୍ୟମ୍‌ ନୃତ୍ୟଗୁରୁ ପଦ୍ମବିଭୂଷଣ ଧନଞ୍ଜୟନ୍‌ ଦମ୍ପତିିଙ୍କୁ ‘ଏକାଦଶ ଭରତମୁନୀ’ ସମ୍ମାନ ପ୍ରଦାନ କରାଯାଇଥିଲା। ଅସୁସ୍ଥତା ହେତୁ ଧନଞ୍ଜୟନ୍‌ଙ୍କ ଏହି ମର୍ଯ୍ୟାଦାଜନକ ସମ୍ମାନକୁ ତାଙ୍କ ସୁକନ୍ୟା ଦିବ୍ୟାଧରନ୍‌ ଧନଞ୍ଜୟନ୍‌ ଗ୍ରହଣ କରିଥିଲେ। ପ୍ରାରମ୍ଭରେ ଅନୁଷ୍ଠାନର ଅଧ୍ୟକ୍ଷ ଅବସର ବେଉରିଆ ସ୍ବାଗତଭାଷଣ ଦେଇଥିବାବେଳେ ଟ୍ରଷ୍ଟି ପୁଷ୍ପିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପକ ଡ. ମୃତ୍ୟୁଞ୍ଜୟ ରଥଙ୍କ ସଂଯୋଜନା ଏବଂ ଅଂଶୁମାନ୍‌ ମିଶ୍ରଙ୍କ ପରିଚାଳନାରେ ପ୍ରସ୍ତୁତ ସନ୍ଧ୍ୟାରେ ପ୍ରଥମ ପରିବେଷଣ ଥିଲା ‘ନୃତ୍ୟଶାଳା’ ଅନୁଷ୍ଠାନର ଦଳଗତ ଉପସ୍ଥାପନା ‘ସରସ୍ବତୀ ବନ୍ଦନା’। ପରେ ପରେ ନୃତ୍ୟାଭିନୟ ‘ବର୍ଷା, ବସନ୍ତ ଓ ବୈଶାଖ’ ପରିବେଷିତ ହୋଇଥିଲା। ଏହାପରେ ଗୁରୁ ଅଶୋକ କୁମାର ଘୋଷାଲ ଓ ବନ୍ଦିତା ଘୋଷାଲଙ୍କ ମନଛୁଆଁ ପରିବେଷଣ ପରେ ବିଶିଷ୍ଟ କଥାକଳି ଶିଳ୍ପୀ ରଣଜିଶ୍‌ ନାୟାର ‘ଦୁର୍ଯ୍ୟୋଧନ ବଧନ୍‌’ ପରିବେଷଣ କରିଥିଲେ। ଅନ୍ତିମ ଚରଣରେ ଭାରତନାଟ୍ୟମ୍‌ ନୃତ୍ୟାଙ୍ଗନା ଦିବ୍ୟାଧରନ୍‌ ଧନଞ୍ଜୟନ୍‌ ଶାସ୍ତ୍ରୀୟ ନୃତ୍ୟରେ ଦର୍ଶକଙ୍କୁ ବାନ୍ଧି ରଖିଥିଲେ। ଏହି ଅବସରରେ କଳିଙ୍ଗାୟନ ତୋର୍ଯ୍ୟତ୍ରିକମ୍‌ର ବାର୍ଷିକ ମୁଖପତ୍ରକୁ ଅତିଥିମାନେ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri