ରାୟଗଡ଼ା ଅଫିସ,୧୭।୧୨: ବହୁଚର୍ଚ୍ଚିତ ଛେଳିଆ ମାଝି ହତ୍ୟାକାଣ୍ଡ ମାମଲାରେ ଅଦାଲତ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜିଲା ଦୌରାଜଜ୍ ସୋମଶେଖର ଜେନା ସୋମବାର ମାମଲାର ବିଚାର କରି ଏହି ରାୟ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ, ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ପୋଡ଼କଣା ଗ୍ରାମର ଛେଳିଆ ମାଝି (୨୩)ଙ୍କୁ ଜମିଜମା ମାମଲାକୁ ନେଇ ଗୁଣିଗାରେଡ଼ି ସନ୍ଦେହ କରି ୨୦୧୭ ନଭେମ୍ବର ୩୦ରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଛେଳିଆଙ୍କ ମାଆ କଅଁଳା ମାଝିଙ୍କୁ ଦୁର୍ବ୍ୟବହାର ଏବଂ ତାଙ୍କ ସାନ ଭାଇ ରାଜୁଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଥିଲା ା ଏନେଇ କଅଁଳା ଟିକିରି ଥାନାରେ ମାମଲା ରୁଜୁ କରିଥିଲେ। ତତକାଳୀନ ଭାରପ୍ରାପ୍ତ ଅଧିକାରୀ ମନୋଜ କୁମାର ବେହେରା ଏବଂ ସୁଜ୍ଞାନୀ ସାହୁ ଏହି ଘଟଣାର ତଦନ୍ତ କରୁଥିଲେ। ଏଥିରେ ଉକ୍ତ ଗ୍ରାମର ୯ ଜଣ ଯୁବକଙ୍କୁ ଗିରଫ କରାଯାଇଥିଲାା ଅଭିଯୁକ୍ତମାନେ ହେଲେ ନରି ମାଝି, କୁସନ ମାଝି, କୁସ ମାଝି, ବୋଲି ମାଝି, ସନ୍ତୋଷ ମାଝି, ସାଲୁ କୁଲସିକା ମାଝି, ଦେବ ମାଝି, ପାତିଡ଼ି ମାଝି, କବିରାଜ ମାଝି। ଏହି ମାମଲାରେ ୧୮ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ରାୟ ପ୍ରକାଶ କରାଯାଇଛି ା
Posted inଆମ ଜିଲା ଖବର, ରାୟଗଡା View All
ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ
ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...
ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି
ପୁରୀ ୧୪।୧୨( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...
ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...
ଜଙ୍ଗଲରେ ହଜିବାରେ ଲାଗିଛି ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
Archives


