ବାଲି ଚାଲାଣକୁ ପୁଣି ବିରୋଧ

ଭୁବନ, ୧୮ା୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅନ୍ତର୍ଗତ ୩ନଂ. ଓ୍ବାର୍ଡ ନୂଆ ଭୁବନ ଦେଇ ବାଲିବୋଝେଇ ଭାରିଯାନ ଚଳାଚଳକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବାଲି ବ୍ୟବସାୟୀମାନେ ସର୍ତ୍ତ ଖିଲାପ କରୁଥିବାରୁ ଏହାର ପ୍ରତିବାଦରେ ମଙ୍ଗଳବାର ଅଞ୍ଚଳବାସୀ ପୁଣି ଥରେ ରାସ୍ତାକୁ ଓହ୍ଲାଇଛନ୍ତି। ଏହାର ସମାଧାନ କରିବାକୁ ଜିଲାପାଳଙ୍କୁ ଲିଖିତ ଦାବିପତ୍ର ଦିଆଯାଇଛି।
୫୩ନଂ. ଜାତୀୟ ରାଜପଥରୁ ବୁଦ୍ଧେଶ୍ୱର ଶୈବପୀଠକୁ ସଂଯୋଗ କରୁଥିବା ରାସ୍ତାରେ ଦୈନିକ ଶତାଧିକ ବାଲି ବୋଝେଇ ଟ୍ରକ୍‌, ହାଇଓ୍ବା ଯାତାୟାତ କରୁଛନ୍ତି। ଫଳରେ ଉକ୍ତ ରାସ୍ତା ଦୁର୍ଘଟଣାପ୍ରବଣ ହୋଇଗଲାଣି। ରାସ୍ତାରେ ବାଲି ଖସି ଜମି ରହୁଥିବାରୁ ବାଇକ୍‌, ସାଇକେଲ ଆରୋହୀ ଦୁର୍ଘଟଣାର ଶିକାର ହୋଇ ଖଣ୍ଡିଆଖାବରା ହେଉଛନ୍ତି। ଏହାକୁ ନେଇ ବିଗତ ଦିନରେ ଆନ୍ଦୋଳନ ହୋଇଛି। ବ୍ୟବସାୟୀ ସଂଘ, ଅଞ୍ଚଳବାସୀ ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି। ସମସ୍ୟା ସମାଧାନ ଲାଗି ତହସିଲ ପ୍ରଶାସନ, ବାଲି ବ୍ୟବସାୟୀ ଏବଂ ଅଞ୍ଚଳବାସୀଙ୍କୁ ନେଇ ତ୍ରିପାକ୍ଷିକ ବୈଠକ ବସିଥିଲା। ନିୟମିତ ଭାବେ ରାସ୍ତା ଉପରୁ ବାଲି ସଫା କରିବା, ଧୂଳି ନ ଉଡ଼ିବାକୁ ପାଣି ସିଞ୍ଚନ ଏବଂ ଜନଗହଳିପୂର୍ଣ୍ଣ ସ୍ଥାନରେ ଧୀରେ ଗାଡ଼ି ଚଳାଇବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହି ସର୍ତ୍ତକୁ କିଛିଦିନ ବ୍ୟବସାୟୀମାନେ ମାନିଥିଲେ। ହେଲେ ଦିନ କେଇଟା ପରେ ଏହାକୁ ପୁଣି ଥରେ ଉଲ୍ଲଂଘନ କରାଯାଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଫଳରେ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିବା କହିଛନ୍ତି। ଅନ୍ୟପଟେ ସନ୍ଧ୍ୟାସୁଦ୍ଧା ଆନ୍ଦୋଳନସ୍ଥଳରେ କୌଣସି ପ୍ରଶାସନିକ ଅଧିକାରୀ ପହଞ୍ଚତ୍ ନ ଥିଲେ। ଏହାକୁ ନେଇ ଆନ୍ଦୋଳନକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରଶାସନ ଏ ଦିଗରେ କଡ଼ା କାର୍ଯ୍ୟାନୁଷ୍ଠାନ ନ ନେଲେ ଆଗାମୀ ଦିନରେ ଉକ୍ତ ରାସ୍ତା ଦେଇ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯିବ ବୋଲି ଗ୍ରାମ ସଭାପତି ଚୈତନ୍ୟ ପୃଷ୍ଟି, ନରେନ୍ଦ୍ର ସାହୁ, ନାରାୟଣ ସାହୁ, ସୁଧୀର


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri