ଆଇଆଇଟି ଭୁବନେଶ୍ୱରକୁ ନୂତନ ଦାୟିତ୍ୱ: ସଡ଼କ ସୁରକ୍ଷାର ଅଡିଟ୍‌ କରିବ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଏଣିକି ଯାନବାହନ ଚଳାଚଳ ଓ ସୁରକ୍ଷା ସମସ୍ୟାର ଅଡିଟ୍‌ କରିବ ଆଇଆଇଟି ଭୁବନେଶ୍ୱର । ସଂସ୍ଥା ୬ ମାସରେ ଅଡିଟ୍‌ କରି ରିପୋର୍ଟ ପ୍ରଦାନ କରିବ। ସଡ଼କ ଦୁର୍ଘଟଣା ସମୀକ୍ଷା ପରେ ବୁଧବାର ପରିବହନ ସଚିବ ଜି.ଶ୍ରୀନିବାସନ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ଇଞ୍ଜିନିୟରିଂ, ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଦୁର୍ଘଟଣା ପ୍ରବଣ ସ୍ଥାନକୁ ଚିହ୍ନଟ କରିବେ। ଚିହ୍ନଟ ହୋଇଥିବା ୫ଟି ରାସ୍ତାରେ ପାଟ୍ରୋଲିଂ କଡ଼ାକଡ଼ି କରାଯିବ। ସମ୍ବଲପୁର, ଜୟପୁର, ଝାରସୁଗୁଡ଼ାରେ ମଧ୍ୟ ଦୁର୍ଘଟଣାଗ୍ରସ୍ତଙ୍କୁ ମାଗଣାରେ ଚିକିତ୍ସା ପ୍ରଦାନ କରାଯିବ। ରାଜପଥରେ ୧୪୫୨ଟି ବ୍ଲାକ ସ୍ପଟ୍‌ ଚିହ୍ନଟ ହୋଇଛି। ଖୁବ୍‌ଶୀଘ୍ର ସେଗୁଡ଼ିକର ମରାମତି କରାଯିବ ବୋଲି ସଚିବ ସୂଚନା ଦେଇଛନ୍ତି।

ବୁଧବାର ଅନୁଷ୍ଠିତ ରାଜ୍ୟ ସଡ଼କ ସୁରକ୍ଷା ପରିଷଦ ବୈଠକରେ ସୂଚନା ଦିଆଯାଇଛି ଯେ, ରାଜ୍ୟରେ ଲାଗୁ କରାଯାଇଥିବା ନୂତନ ମୋଟର ଯାନ ଆଇନ ଦୁର୍ଘଟଣା କମାଇବାରେ ସକ୍ଷମ ହୋଇଛି। ଆଇନ ଲାଗୁ ହେବା ପରେ ଗତବର୍ଷ ତୁଳନାରେ ଚଳିତ ବର୍ଷ ୪.୫% ଦୁର୍ଘଟଣା କମିଥିବା ରିପୋର୍ଟ ପ୍ରକାଶ ପାଇଛି। ଦୁର୍ଘଟଣାରେ ମୃତ୍ୟୁ ହାର ମଧ୍ୟ ୧୨ ପ୍ରତିଶତ କମିଥିବା ରିପୋର୍ଟରେ କୁହାଯାଇଛି। ତେବେ ୨୦୧୯ ବର୍ଷ ଆରମ୍ଭରୁ ସେପ୍ଟେମ୍ବର ଯାଏ ଦୁର୍ଘଟଣାରେ ୪୧୧୫ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri