Posted inଜାତୀୟ

ଚାଇନାରେ ଏସ ଜୟଶଙ୍କରଙ୍କୁ ଭେଟିଥିଲେ ମୋଦି: ଏବେ କ୍ୟାବିନେଟରେ ଦେଲେ ଯାଗା

ନୂଆଦିଲ୍ଲୀ, ୩୧।୫: ୫୭ ମନ୍ତ୍ରୀଙ୍କ ସହ ଗୁରୁବାର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମନ୍ତ୍ରୀମଣ୍ଡଳରେ ବହୁ ପୁରୁଣାଙ୍କୁ ନୂଆ ନେତାଙ୍କୁ ସାମିଲ କରାଯାଇଛି। ଏଥର ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିବା ପୂର୍ବତନ ବୈଦେଶିକ ସଚିବ ଏସ ଜୟଶଙ୍କରଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ୭ ଲୋକ କଲ୍ୟାଣ ମାର୍ଗରେ ରହୁଥିବା ଜୟଶଙ୍କର ହଠାତ ଡାକରା ପାଇ ମୋଦିଙ୍କ ବାସଭବନରେ ଏସ ପହଞ୍ଚିଥିଲେ। ତା’ ପରେ ଜୟଶଙ୍କରଙ୍କୁ ରାଜ୍ୟସଭାକୁ ମନୋନୀତ କରି ମୋଦି ସରକାର ମନ୍ତ୍ରୀ ପଦ ଦେବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଥିଲା। ଜୟଶଙ୍କର ୨୦୧୫ରୁ ୨୦୧୮ ଯାଏ ଭାରତର ବୈଦେଶିକ ସଚିବ ଭାବେ କାର୍ଯ୍ୟ କରିଥିଲେ। ସେ ୧୯୭୭ରେ ଆଇଏଫଏସରେ ଯୋଗଦେଇଥିଲେ। ସେ ଭାରତର ବୈଦେଶିକ ସଚିବ ହେବା ପୂର୍ବରୁ ଆମେରିକା, ଚାଇନା, ଚେକ ଗଣରାଜ୍ୟରେ ଭାରତର ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରିଛନ୍ତି। ସେହିପରି ସିଙ୍ଗାପୁରରେ ଭାରତୀୟ ହାଇକମିଶନର ଭାବେ କାର୍ଯ୍ୟ କରିବାର ଅଭିଜ୍ଞତା ମଧ୍ୟ ତାଙ୍କ ପାଖରେ ରହିଛି। ଜୟଶଙ୍କର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଥିଲାବେଳେ ସେ କେଉଁ ବିଭାଗ ପାଇବେ ତାହା ଘୋଷଣା କରାଯାଇନାହିଁ। ସେ ସୁଷମା ସ୍ବରାଜଙ୍କ ସ୍ଥାନରେ ବୈଦେଶିକ ମନ୍ତ୍ରୀ ହେବେ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ୨୦୧୨ରେ ମୋଦି ଗୁଜୁରାଟର ମୁଖ୍ୟମନ୍ତ୍ରୀ ଥିବାବେଳେ ଚୀନ ଗସ୍ତରେ ଯାଇଥିଲେ। ସେହି ସମୟରେ ଚୀନରେ ଜୟଶଙ୍କରଙ୍କୁ ପ୍ରଥମଥର ପାଇଁ ଭେଟି ଥିଲେ। ୨୦୧୪ରେ ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ବିଦେଶ ଗସ୍ତରେ ଆମେରିକା ଯାଇଥିଲେ। ଏହାର ଯୋଜନା ସବୁ ପ୍ରସ୍ତୁତ କରିଥିଲେ ଜୟଶଙ୍କର।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri