ଏନ୍‌ଆର୍‌ସିକୁ ନବୀନଙ୍କ ନା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟ ସରକାର ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି)କୁ ସମର୍ଥନ କରନ୍ତି ନାହିଁ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଏହା ସ୍ପଷ୍ଟ କରିଛନ୍ତି। ୫ ଦିନିଆ ଦିଲ୍ଲୀ ଗସ୍ତର କେଇ ଘଣ୍ଟା ପୂର୍ବରୁ ଏନ୍‌ଆରସି ସମ୍ପର୍କରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଏହି ମନ୍ତବ୍ୟ ଦେଇଛନ୍ତି।
ନବୀନ କହିଛନ୍ତି ଯେ, ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଦ୍ୱାରା ଭାରତୀୟ ନାଗରିକମାନଙ୍କର କୌଣସି ଅସୁବିଧା ହେବ ନାହିଁ। ଏହା କେବଳ ବିଦେଶୀମାନଙ୍କ ପାଇଁ ଉଦ୍ଦିଷ୍ଟ। ବିଜୁ ଜନତା ଦଳ(ବିଜେଡି) ପାର୍ଲାମେଣ୍ଟର ଉଭୟ ସଦନ(ଲୋକ ସଭା ଏବଂ ରାଜ୍ୟ ସଭା)ରେ ସ୍ପଷ୍ଟ କରିସାରିଛି ଯେ, ଜାତୀୟ ନାଗରିକ ପଞ୍ଜିିକା(ଏନ୍‌ଆରସି)କୁ ଦଳ ସମର୍ଥନ କରୁନାହିଁ। ତେଣୁ ରାଜ୍ୟର ନାଗରିକଙ୍କୁ ଶାନ୍ତି ବଜାୟ ରଖିବା ପାଇଁ ଅନୁରୋଧ କରୁଛି। ସେହିପରି ଏ ସମ୍ବନ୍ଧୀୟ କୌଣସି ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏନ୍‌ଆରସିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ସବୁ ମହଲରେ ସ୍ବାଗତ କରାଯାଇଛି। ପାର୍ଲାମେଣ୍ଟରେ ସିଏବି ଆଲୋଚନା ବେଳେ ମଧ୍ୟ ବିଜେଡି ପକ୍ଷରୁ ଏନ୍‌ଆରସିକୁ ସମର୍ଥନ କରାଯାଇ ନ ଥିଲା। ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ଏବଂ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ସିଏବି ସହ ଏନ୍‌ଆରସିକୁ ମିଶା ନ ଯାଉ ବୋଲି ମଧ୍ୟ ମନ୍ତବ୍ୟ ରଖିଥିଲେ। ଏଥିସହିତ ସିଏବିରେ ଶ୍ରୀଲଙ୍କାକୁ ବାଦ୍‌ ଦିଆଯାଇଥିବା ପ୍ରସଙ୍ଗକୁ ମଧ୍ୟ ବିଜେଡି ପକ୍ଷରୁ ଉଠାଯାଇଥିଲା। ମୁଖ୍ୟମନ୍ତ୍ରୀ ଏନ୍‌ଆରସି ସମ୍ପର୍କିତ ସ୍ପଷ୍ଟୀକରଣ ଦେବା ସମୟରେ ତାଙ୍କ ନିକଟରେ ଶର୍ମିଷ୍ଠା ସେଠୀ, ସସ୍ମିତ ପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri