ବେଆଇନ କ୍ଲିନିକ ଉପରେ ଚଢ଼ାଉ

ଦିଗପହଣ୍ଡି,୨୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳ ମାନଙ୍କରେ ବେନିୟମ ଭାବେ ବହୁ ସଂଖ୍ୟାରେ ପାଥୋଲୋଜି କ୍ଲିନିକ ଖୋଲାଯାଇଛି। ଅଭିଯୋଗ ପାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଡ୍ରଗ୍ସ ଇନ୍ସପେକ୍ଟର ଲଳିତ କୁମାର ସାହୁ ଓ ସ୍ଥାନୀୟ ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଅଦୈତ କୁମାର ସ୍ବାଇଁ ସଦଳବଳ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗାଁରେ ଥିବା ଏକ ଘରୋଇ କ୍ଲିନିକ ଉପରେ ଗୁରୁବାର ଚଢ଼ାଉ କରିଥିଲେ। ଚଢାଉ ପୂର୍ବରୁ ଖବର ପାଇ କ୍ଲିନିକ ମାଲିକ ଚମ୍ପଟ ମାରିଥିଲେ। ଫଳରେ କୌଣସି ଦଳିଲ ପତ୍ର ଜବତ ହୋଇପାରିନାହିଁ। ପରେ ସେମାନେ କୁଶପଡା ଗଁାରେ ଥିବା ଏକ ଔଷଧ ଦୋକାନରେ ଚଢାଉ କରି ଅନୁମତିପତ୍ର ଯାଞ୍ଚ କରିଥିଲେ। ଫେରିବା ରାସ୍ତାରେ ଦିଗପହଣ୍ଡିସ୍ଥିତ କାନାରା ବ୍ୟାଙ୍କ ସମ୍ମୁଖରେ ଥିବା ବାସୁଦେବ କ୍ଲିନିକ ଉପରେ ଚଢ଼ାଉ କରି ଲାଇସେନ୍ସ ସମ୍ପର୍କିତ କାଗଜପତ୍ର ଜବତ କରିଥିବା ତହସିଲଦାର ଜଣାଇଛନ୍ତି। କ୍ଲିନିକ ଖୋଲିବା ପାଇଁ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ଅନୁମତି ପତ୍ର ନଥିବାରୁ ସପ୍ତାହକ ମଧ୍ୟରେ ତାହା ଦାଖଲ କରିବାକୁ ମାଲିକଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି। ଦିଗପହଣ୍ଡି ଅଞ୍ଚଳରେ ବହୁ ସଂଖ୍ୟକ ପାଥଲୋଜି କ୍ଲିନିକ ନିୟମ ଉଲ୍ଲଘଂନ କରି ଖୋଲାଯାଇଛି। ରୋଗୀସେବା ନଁାରେ କ୍ୱାକ୍‌ମାନେ ଲୋକଙ୍କୁ ଶୋଷଣ କରୁଛନ୍ତି। ବିଭିନ୍ନ ସ୍ଥାନରେ ଭୃଣର ଲିଙ୍ଗ ନିରୂପଣ ସହ ବେଆଇନ ଭାବେ ଗର୍ଭପାତ କରାଯାଉଥିବା ସଙ୍ଗୀନ ଅଭିଯୋଗ ହୋଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri