ମହଙ୍ଗା ପଡ଼ିଲା ଭତ୍ତା ଟଙ୍କା ହଡ଼ପ: ନୟାଗଡ଼ ଜିଲାର ୪ ପିଇଓ ନିଲମ୍ବିତ

ନୟାଗଡ଼ ଅଫିସ,୨୨ା୧୨: ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଓ ଆର୍ଥିକ ଅନିୟମିତତା ନୟାଗଡ଼ ଜିଲାର ୪ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ପାଇଁ ମହଙ୍ଗା ପଡ଼ିଛି। ସେମାନଙ୍କୁ ଜିଲାପାଳ ଡ. ପୋମା ଟୁଡୁ ଶନିବାର ନିଲମ୍ବିତ କରିଛନ୍ତି। ସେମାନେ ହେଲେ ଦଶପଲ୍ଲା ବ୍ଲକ କଳସାଖମଣ ପଞ୍ଚାୟତର ପିଇଓ ରମେଶ ଚନ୍ଦ୍ର ନାୟକ, ନୂଆଗାଁ ବ୍ଲକ ସୋରଡ଼ା ପଞ୍ଚାୟତର ପଙ୍କଜିନୀ ମଲ୍ଲିକ, ଉଦୟପୁର ପଞ୍ଚାୟତର ଡମ୍ବରୁଧର ନାୟକ ଓ ଖଣ୍ଡପଡ଼ା ବ୍ଲକ ଶାଳଝରିଆ ପଞ୍ଚାୟତର ପିଇଓ ରମେଶ ଚନ୍ଦ୍ର ବେହେରା। ରମେଶ ଚନ୍ଦ୍ର ନାୟକ, ପଙ୍କଜିନୀ ଓ ଡମ୍ବରୁଧରଙ୍କୁ ଭତ୍ତା ହଡ଼ପ ମାମଲାରେ ନିଲମ୍ବିତ କରାଯାଇଥିବା ବେଳେ ରମେଶ ଚନ୍ଦ୍ର ବେହେରାଙ୍କୁ ଆର୍ଥିକ ଅନିୟମିତତା କାରଣରୁ ନିଲମ୍ବିତ କରାଯାଇଛି। ଜିଲାପାଳ ଟୁଡୁ ଏମାନଙ୍କୁ ନିଲମ୍ବିତ କରିଥିବା ଜିଲା ପଞ୍ଚାୟତ ଅଧିକାରୀ ରତିକାନ୍ତ ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ୫-ଟି ପ୍ରଭାବରେ ଏହି ଅଧିକାରୀଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri