Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରେ ଧୋନୀଙ୍କୁ ପୂରିଲା ୧୫

ନୂଆଦିଲ୍ଲୀ,୨୩।୧୨: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋମବାର ଅନ୍ତର୍ଜାତୀୟ କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। ଆଜିକୁ ଠିକ୍‌ ୧୫ ବର୍ଷ ତଳେ ୨୦୦୪, ଡିସେମ୍ବର ୨୩ ତାରିଖରେ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ବାଂଲାଦେଶ ବିପକ୍ଷ ଉକ୍ତ ମ୍ୟାଚ୍‌ରେ ସେ ପ୍ରଥମ ବଲରେ ହିଁ ରନ୍‌ ଆଉଟ୍‌ ହୋଇଥିଲେ। ଖାତା ଖୋଲିବା ପୂର୍ବରୁ ତାଙ୍କୁ ପ୍ୟାଭିଲିୟନ ଫେରିବାକୁ ପଡ଼ିଥିଲା। ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ କିଛି ଖାସ୍‌ କରିପାରି ନ ଥିଲେ। କିନ୍ତୁ ତୃତୀୟ ମ୍ୟାଚ୍‌ରେ ସେ ୧୪୮ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ। ଦୀର୍ଘ ୧୫ ବର୍ଷ ମଧ୍ୟରେ ସେ କେବଳ ଦେଶ ନୁହେଁ, ବିଶ୍ୱର ସବୁଠୁ ସଫଳ ଅଧିନାୟକ ଭାବେ ବିବେଚିତ ହେଉଛନ୍ତି। ୨୮ ବର୍ଷ ପରେ ଭାରତକୁ ଦ୍ୱିତୀୟ ବିଶ୍ୱକପ୍‌ ଆଣିଦେଇଥିଲେ। ୨୦୧୧ ବିଶ୍ୱକପ୍‌ ଫାଇନାଲରେ ତାଙ୍କର ସେହି ଛକା ପ୍ରଶଂସକଙ୍କ ମନରୁ ଲିଭିବା କଷ୍ଟକର। ବିଶ୍ୱର ଏକମାତ୍ର ଅଧିନାୟକ ଭାବେ ଧୋନୀ ଟି୨୦ ବିଶ୍ୱକପ୍‌, ଆଇସିସି ଦିନିକିଆ ବିଶ୍ୱକପ୍‌ ଓ ଆଇସିସି ଚାମ୍ପିୟନ୍ସ ଟ୍ରଫି ହାତେଇଛନ୍ତି। ଏପର୍ଯ୍ୟନ୍ତ ବିଶ୍ୱର କୌଣସି ଅଧିନାୟକ ତାଙ୍କ ସମକକ୍ଷ ହୋଇପାରିନାହାନ୍ତି। ଏକଦା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର କହିଥିଲେ, ‘ଯେତେ ଅଧିନାୟକଙ୍କ ନେତୃତ୍ୱରେ ଖେଳିଛି, ସେମାନଙ୍କ ମଧ୍ୟରୁ ଧୋନୀ ଶ୍ରେଷ୍ଠ’। ଏହି ଉଇକେଟକିପର ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ସ୍ତରରେ ୯୦ ଟେଷ୍ଟ, ୩୫୦ ଦିନିକିଆ ଓ ୯୮ ଟି୨୦ ଖେଳିସାରିଛନ୍ତି। ୩୮ ବର୍ଷୀୟ ଭେଟେରାନଙ୍କ ନାମରେ ମୋଟ ୧୭,୨୬୬ ରନ୍‌ ରହିଛି। ଆଉ ଉଇକେଟ ପଛରେ ରହି ୮୨୯ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri