Posted inଜାତୀୟ

କ୍ୟାବିନେଟ ବୈଠକ: ପ୍ରଧାନମନ୍ତ୍ରୀ ଛାତ୍ରବୃତ୍ତି ଯୋଜନାରେ କରାଗଲା ବଡ ଧରଣର ପରିବର୍ତ୍ତନ

ନୂଆଦିଲ୍ଲୀ,୩୧।୫ : ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଛି। ଏଥିରେ ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ବିଭିନ୍ନ ବିଭାଗର ଦାୟିତ୍ୱରେ ଥିବା ମନ୍ତ୍ରୀମାନେ ଯୋଗ ଦେଇଛନ୍ତି। ଏହି ବୈଠକରେ ଜାତୀୟ ପ୍ରତିରକ୍ଷା ପାଣ୍ଠି ଅଧିନରେ ଦିଆଯାଉଥିବା ପ୍ରଧାନମନ୍ତ୍ରୀ ଛାତ୍ରବୃତ୍ତି ଯୋଜନାରେ ଆତଙ୍କବାଦୀ ଓ ମାଓବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବେଳେ ଶହୀଦ ହେଉଥିବା ରାଜ୍ୟ ପୋଲିସର କର୍ମଚାରୀଙ୍କ ପିଲାମାନଙ୍କୁ ସାମିଲ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହା ସହିତ ବାଳକମାନଙ୍କ ପାଇଁ ଏହି ବୃତ୍ତି ପରିମାଣ ମାସିକ ୨୦୦୦ରୁ ୨୫୦୦ ଟଙ୍କା ଓ ବାଳିକାମାନଙ୍କ ପାଇଁ ମାସିକ ୨୨୫୦ରୁ ୩୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ବୈଠକରେ କେତେକ ବଡ ନିଷ୍ପତ୍ତି ଘୋଷଣା କରାଯିବାର ସମ୍ଭାବନା ରହିଛି । ୨୦୧୪ରେ ନିଜର ପ୍ରଥମ ମନ୍ତ୍ରୀମଣ୍ଡଳ ବୈଠକରେ ମୋଦି ସରକାର କଳାଧନ ବିରୋଧରେ ଏସ୍‌ଆଇଟି ଗଠନ ଲାଗି ନିଷ୍ପତ୍ତି ନେଇଥିଲେ । ଆଜିର ବୈଠକରେ ୧୭ଶ ଲୋକସଭାର ପ୍ରଥମ ବୈଠକର ତାରିଖ ସଂପର୍କରେ ନିଷ୍ପତ୍ତି ହୋଇପାରେ । ଏହା ସହିତ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ଗଠନ ହେବ । ବିଶେଷ ସୁତ୍ରରୁ ଜଣାପଡିଛି ଯେ ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ମନ୍ତ୍ରାଳୟର ମନ୍ତ୍ରୀମାନଙ୍କୁ ଆଗାମୀ ୧୦୦ ଦିନର ଯୋଜନା ଓ ରୂପରେଖ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇପାରନ୍ତି । ସେହିପରି ଆଉ କେତେକ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନିଆଯାଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri