କାଜୁବାଦାମ ଉତ୍ପାଦନରେ ତୃତୀୟ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ କେନ୍ଦ୍ର କାଜୁ ଓ କୋକା ନିର୍ଦ୍ଦେଶାଳୟର ମିଳିତ ଆନୁକୂଲ୍ୟରେ ଜାତୀୟ ସ୍ତରୀୟ ପ୍ରଶିକ୍ଷଣ ଶିବିର ସୋମବାର ଇମେଜ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହି କର୍ମଶାଳାକୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଅଧ୍ୟକ୍ଷ ଅମରେନ୍ଦ୍ର ଦାସ ଯୋଗଦେଇ କହିଥିଲେ ଯେ, ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଜୁ ଉତ୍ପାଦନ ପାଇଁ ଭଲ ମାଟି ଓ ପାଣିପାଗ ରହିଛି। କାଜୁବାଦାମ ଚାରା ରୋପଣ ଓ ଉତ୍ପାଦନରେ ସାରା ଭାରତରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି ବୋଲି ସେ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ନିଗମ ପରିଚାଳନା ନିର୍ଦ୍ଦେଶକ ସଦାନନ୍ଦ ନାୟକ, କେନ୍ଦ୍ର କାଜୁ ଓ କୋକା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଭି.ଏନ୍‌. ହୁବାଲି, କାଜୁ ବିଶେଷଜ୍ଞ ପ୍ରଫେସର ପି.ସି. ଲେଙ୍କା ଉପସ୍ଥିତ ଥିଲେ। ୪ ଦିନ ଧରି ଚାଲିବାକୁ ଥିବା ଏହି କର୍ମଶାଳାରେ ୯ ରାଜ୍ୟରୁ ପ୍ରାୟ ୫୦ କୃଷି ଓ ଉଦ୍ୟାନ ଅଧିକାରୀମାନେ ଯୋଗଦେଇଛନ୍ତି। ଏହି ଶିବିରରେ କାଜୁ ଚାଷର ଉନ୍ନତି, ଅଧିକ ଅମଳକ୍ଷମ କାଜୁ ଉତ୍ପାଦନ, ଆଧୁନିକ ବୈଜ୍ଞାନିକ ପଦ୍ଧତିରେ ରୋଗପୋକ ନିୟନ୍ତ୍ରଣ ଓ କାଜୁ ଚାଷର ପ୍ରଚାର ପ୍ରସାର ତଥା ଲଙ୍କାଆମ୍ବର ପ୍ରକ୍ରିୟାକରଣ ଉପରେ ଜ୍ଞାନକୌଶଳ ପ୍ରଶିକ୍ଷଣ ଦିଆଯିବ। ଏହାଦ୍ୱାରା ରାଜ୍ୟ ତଥା ଦେଶରେ କାଜୁ ଉତ୍ପାଦନ ବୃଦ୍ଧି ହେବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri